ସାଇକେଲ-ବାଇକ୍‌ ମୁହାଁମୁହିଁ, ୨ ଗୁରୁତର, ଚିକିତ୍ସା ବ୍ୟବସ୍ଥା କରାଇଲେ ବିଧାୟକ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର କୋଟିବିରାଡ଼ି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ବାଇକ୍‌ ଓ ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ କୋଟିବିରାଡ଼ିର ଉଦୟ ନାୟକ ଓ ବାଲିସାହିର ବଦ୍ରିନାଥ ଓଡୋନ୍ଦ୍ରା। ସୂଚନା ପାଇ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲକୁ ଆଣିବା ବ୍ୟବସ୍ଥା କରାଇଥିଲେ। ଏହାପରେ
ମେଡିକାଲରେ ବିଧାୟକ ନିଜେ ରହି ସେମାନଙ୍କ ସ୍ବାସ୍ଥ୍ୟ ତଦାରଖ କରିଥିଲେ। କିନ୍ତୁ ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ବିଧାୟକଙ୍କ ଏହିଭଳି ମାନବ ସେବା କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଉଦୟ ଗ୍ରାମ ନଦୀକୁ ସାଇକେଲ ଯୋଗେ ଗାଧୋଇବାକୁ ଯାଉଥିଲେ। ଏହି ସମୟରେ ବାଲିସାହି ଆଡୁ ବାଇକ୍‌ରେ ଆସୁଥିବା ବଦ୍ରିନାଥଙ୍କ ସହ ମୁହାମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟ ଗୁରୁତର ହୋଇଥିଲେ। ଡାକ୍ତରଖାନାରେ ବିଧାୟକଙ୍କ ସହ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ଧୋବା ଗୌଡ଼, କୁବେର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri