ବିବାଦରେ ଦୀଘା ‘ଜଗନ୍ନାଥ ଧାମ’

ପୁରୀ/ଭୁବନେଶ୍ୱର,୩ା୫(ଅଜିତ୍‌ କୁମାର ମହାନ୍ତି/ସୁନୀତ୍‌ ମିଶ୍ର): ପଶ୍ଚିମବଙ୍ଗର ଦୀଘାରେ ବୁଧବାର ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହୋଇଯାଇଛି। ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେବା, ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ ଧାମ’ ନାମକରଣ କରାଯିବା ଓ ବ୍ରହ୍ମସ୍ଥାପନ ପ୍ରସଙ୍ଗକୁ ନେଇ ବିବାଦ ଦେଖାଦେଇଛି। ଏପରି କି ନବକଳେବର ଦାରୁରେ ଠାକୁରଙ୍କ ମୂର୍ତ୍ତି ନିର୍ମାଣ କରାଯାଇଥିବା ଅଭିଯୋଗ ହେଉଛି। ଏହି ଘଟଣାକୁ ନେଇ ସେବାୟତଙ୍କ ସମେତ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଜଗନ୍ନାଥ ଧାମ ନାମକୁ ନେଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଆପତ୍ତି ଉଠାଇବା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏହାର ତଦନ୍ତ କରି ସତ୍ୟାସତ୍ୟ ସାମ୍ନାକୁ ଆଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦୀଘାରେ ଏକ ଭବ୍ୟ ଜଗନ୍ନାଥ ମନ୍ଦିର ନିର୍ମାଣ କରାଯାଇଛି। ଗତ ଏପ୍ରିଲ ୩୦ରେ ପବିତ୍ର ଅକ୍ଷୟତୃତୀୟା ତିଥିରେ ଏହାର ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ ହୋଇଛି। ଏହି ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରରେ ବ୍ରହ୍ମ ସ୍ଥାପନ ଓ ସେହି ସ୍ଥାନକୁ ଜଗନ୍ନାଥ ଧାମ ନାମକରଣ କରାଯିବାକୁ ନେଇ ବିବାଦ ମୁଣ୍ଡ ଟେକିଛି। ପୁରୀ ଶ୍ରୀମନ୍ଦିରର ଅନେକ ସେବାୟତ ଏ ନେଇ ମୁହଁ ଖୋଲିଛନ୍ତି। ବରିଷ୍ଠ ସେବାୟତ ଦାମୋଦର ମହାସୁଆର କହିଛନ୍ତି, ଦୀଘା ମନ୍ଦିର ପ୍ରତିଷ୍ଠା କାର୍ଯ୍ୟରେ ଶ୍ରୀମନ୍ଦିରର ଦଇତାପତି ସେବାୟତ ଯୋଗଦେବା ଠିକ୍‌ ନୁହେଁ। ସେହି କାର୍ଯ୍ୟରେ ଯୋଗଦେବା ତାଙ୍କର ବ୍ୟକ୍ତିଗତ ନିଷ୍ପତ୍ତି। ତେବେ ଦୀଘାକୁ ଶ୍ରୀଜଗନ୍ନାଥ ଧାମ କହିବା ଭୁଲ। ଦୀଘାରେ ମନ୍ଦିର ପ୍ରତିଷ୍ଠା ହୋଇଥିଲେ ମଧ୍ୟ ତାହା ଧାମ ନୁହେଁ। ବ୍ରହ୍ମ କେବଳ ପୁରୀ ମନ୍ଦିରରେ ଥିବାବେଳେ ଅନ୍ୟ କେଉଁଠି ନାହି ବୋଲି ମହାସୁଆର ମତବ୍ୟକ୍ତ କରିଛନ୍ତି।
ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ କିଛିଦିନ ଧରି ଦ୍ୱନ୍ଦ୍ୱାତ୍ମକ ତଥ୍ୟ ସବୁ ଗଣମାଧ୍ୟମରେ ପ୍ରଚାର ହେବାରେ ଲାଗିଛି। ଶ୍ରୀଜଗନ୍ନାଥଙ୍କ ମନ୍ଦିର ଦିଘାଠାରେ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁକାଠରେ ପ୍ରତିମା ନିର୍ମାଣ ହେବା ବାବଦରେ ଚର୍ଚ୍ଚା ହେବା ବିଷୟ ସମ୍ପୂର୍ଣ୍ଣ ଅଗ୍ରହଣୀୟ । ଏଭଳି କଥାଗୁଡ଼ିକ ଜଗନ୍ନାଥପ୍ରେମୀ ଭକ୍ତ ସମାଜ ଓ ଓଡ଼ିଶାର ସାଢେ ୪ କୋଟି ଜନତାଙ୍କ ମନରେ କଷ୍ଟ ଦେଇଛି ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏହି ସମ୍ପୂର୍ଣ୍ଣ ଘଟଣା ଉପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏକ ଅନ୍ତରୀଣ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରାଯାଉ। ଯଦି କେହି ଦୋଷୀ ସାବ୍ୟସ୍ତ ହେଉଛନ୍ତି ବା ଜ୍ଞାତସାରରେ ଥାଇ ଏଭଳି ଘଟଣା ଘଟାଉଛନ୍ତି ସେ ବାବଦରେ ରାଜ୍ୟ ସରକାରଙ୍କ ଅନୁମତିକ୍ରମେ ଦଣ୍ଡବିଧାନ କରିବାର ପ୍ରାବଧାନ କରିବାକୁ ମନ୍ତ୍ରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…

କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର...

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍‌ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍‌ସ୍ଥିତ ଇନଭେଷ୍ଟର୍ସ ମିଟ୍‌ସର ଉଦ୍‌ଯାପନୀ ଅବସରରେ...

ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା...

Operation Hawkeye: ଆମେରିକୀୟ ନାଗରିକଙ୍କ ମୃତ୍ୟୁ ପରେ କାର୍ଯ୍ୟାନୁଷ୍ଠାନ, ଏୟାରଷ୍ଟ୍ରାଇକରେ ISIS ଆଡ୍ଡା ଧ୍ବସଂ

ନୂଆଦିଲ୍ଲୀ,୨୦ା୧୨: ଆମେରିକା ପୁଣି ଥରେ ସିରିଆରେ ଇସଲାମିକ୍ ଷ୍ଟେଟ୍ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛି। ପାଲମିରା ଅଞ୍ଚଳରେ ଏକ ଆକ୍ରମଣରେ ଆମେରିକୀୟ...

ଆହୁରି ୭ଦିନ ପ୍ରବଳ ଶୀତ

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ):  ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri