ଆସୁଛି କାଳବୈଶାଖୀ: ୪ ଦିନ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୩ା୫: ଆସନ୍ତା ୬ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର। କାଳବୈଶାଖୀ ଅନେକ ଜିଲାରେ ତାଣ୍ଡବ ରଚିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ୮ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୨୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଶନିବାର ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଜପତି ଏବଂ ଗଞ୍ଜାମର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସହ ୫୦-୬୦ କିଲୋମିଟର ବେଗରେ ପବନ ବହିବ। ଏଥିସହିତ କୁଆପଥର ମାଡ଼ ଏବଂ ବଜ୍ରପାତର ସମ୍ଭାବନା ରହିଛି।

ସେହିପରି ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୋଳ, ନୟାଗଡ଼ ଓ ଢେଙ୍କାନାଳରେ ଘଡ଼ଘଡ଼ି ବର୍ଷା ସହ ପବନ ବହିବ। କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ଘଡ଼ଘଡ଼ି ବର୍ଷା ସହ ଧୂଳି ଝଡ଼ ହେବାର ସମ୍ଭାବନା ରହିଛି। ରାଜ୍ୟାରେ ୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ପବନର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri