କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମତ୍ୟୁ ଘଟଣା: ମୃତଦେହ ନେପାଳ ନେବାକୁ ମନାକଲେ ପରିବାର ଲୋକେ…

ପୁରୀ,୩।୫: ପୁରୀରେ ହେବ କିଟ୍‌ ଛାତ୍ରୀଙ୍କ ଶେଷକୃତ୍ୟ। କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରୀଶା ଶାହାଙ୍କ ମତ୍ୟୁ ଘଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ହେବ । ତାଙ୍କ ପରିବାରଲୋକେ ମୃତଦେହ ନେପାଳ ନେବାକୁ ମନା କରିବାରୁ ପୁରୀରେ ଶେଷକୃତ୍ୟ ହେବ। ତେବେ ପରିବାର ଲୋକଙ୍କ ଉପସ୍ଥିତିରେ ହେଲା ପୋଷ୍ଟମର୍ଟମ ହୋଇଛି। ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ସେମାନେ ମୃତଦେହ ନେଇ ପୁରୀ ବାହାରିବେ।

ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ଏପଟେ ନିରପେକ୍ଷ ତଦନ୍ତ ହେଉ ବୋଲି ନେପାଳ ଦୂତାବାସ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। କେନ୍ଦ୍ର ସରକାର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛୁ। କିଟ୍‌ ପ୍ରତିନିଧିଙ୍କୁ ଦୂତାବାସକୁ ଡାକି ଘଟଣା ସଂପର୍କରେ ପଚାରି ବୁଝିଛୁ।

ସୂଚନାଯୋଗ୍ୟ, ଗୁରୁବାର କିଟ୍‌ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ। ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇଣ୍ଟରନ୍ୟାଶନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ ଗୁରୁତର ଅବହେଳା ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri