ଅଷ୍ଟ୍ରେଲିଆ ନିର୍ବାଚନରେ ଲେବର ପାର୍ଟି ବିଜୟୀ, ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହେବେ ଆଲ୍‌ବାନିସ୍‌

ମେଲବର୍ନ,୪ା୫: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲ୍‌ବାନିସ୍‌ଙ୍କ ନେତୃତ୍ୱରେ ଲେବର ପାର୍ଟି ପାର୍ଲାମେଣ୍ଟ ନିର୍ବାଚନରେ ବିଜୟୀ ହୋଇଛି। ଫଳରେ ଆଲ୍‌ବାନିସ୍‌ କ୍ରମାଗତ ଦ୍ୱିତୀୟ ଥର ପାଇଁ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଗତ ୨୧ ବର୍ଷ ମଧ୍ୟରେ କୌଣସି ଅଷ୍ଟ୍ରେଲୀୟ ନେତା କ୍ରମାଗତ ଦ୍ୱିତୀୟ ଥର ନିର୍ବାଚନ ଜିତିବା ଏହା ପ୍ରଥମ।

ଅଷ୍ଟ୍ରେଲୀୟ ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ୧୫୦ ଆସନ ବିଶିଷ୍ଟ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସରେ ଲେବର ପାର୍ଟି ଶନିବାର ସନ୍ଧ୍ୟା ସୁଦ୍ଧା ୭୦ ଆସନ ଜିତିଥିବାବେଳେ ବିରୋଧୀ କଞ୍ଜରଭେଟିଭ୍‌ ପାର୍ଟି ମାତ୍ର ୨୪ ଆସନରେ ସୀମିତ ରହିଛି। ମେଣ୍ଟ କରି ନ ଥିବା ଛୋଟ ଦଳ ଏବଂ ସ୍ବାଧୀନ ପ୍ରାର୍ଥୀମାନେ ୧୩ଟି ଆସନ ଜିତିବା ଆଶା କରାଯାଉଛି। ବିରୋଧୀ ଦଳ ନେତା ପିଟର ଡୁଟ୍ଟନ ଶନିବାର ସନ୍ଧ୍ୟାରେ ପରାଜୟ ସ୍ବୀକାର କରିଛନ୍ତି। ଆମେ ଭଲ ପ୍ରଚାର କରିପାରି ନ ଥିଲୁ। ତେଣୁ ପରାଜୟ ପାଇଁ ମୁଁ ନିଜକୁ ଦାୟୀ କରୁଛି ବୋଲି ଡୁଟ୍ଟନ କହିଛନ୍ତି।

ଆଲ୍‌ବାନିସ୍‌ ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ୍‌ ମିଡିଆ ଜରିଆରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଅଷ୍ଟ୍ରେଲିଆ ଜନସାଧାରଣଙ୍କ ଆପଣଙ୍କ ନେତୃତ୍ୱ ଉପରେ ଆସ୍ଥା ରହିଛି। ଭାରତ-ଅଷ୍ଟ୍ରେଲିଆ ସମ୍ପର୍କକୁ ଆହୁରି ଘନିଷ୍ଠ କରିବା ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ଶାନ୍ତି, ସ୍ଥିରତା ଓ ସମୃଦ୍ଧି ଦିଗରେ ତାଙ୍କ ସହ ଏକାଠି କାର୍ଯ୍ୟ କରିବାକୁ ମୋଦି ଆଗ୍ରହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri