ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା/ଭୁବନେଶ୍ୱର,୪।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଏବଂ ‘ଦାରୁ କାଠ’ ମୂର୍ତ୍ତିରେ ବ୍ୟବହାର କରାଯିବା ପ୍ରସଙ୍ଗକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେବା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ସ୍ବାଗତ କରିଛନ୍ତି। ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ବୋଲି ସେ ଗଣମାଧ୍ୟମକୁ କହିଛନ୍ତି।

ପଶ୍ଚିମବଙ୍ଗ ସରକାର ନିମ୍ନସ୍ତରକୁ ଖସି ଯାଇଛନ୍ତି। ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର ଭାବେ ଉପସ୍ଥାପନ କରି ଭକ୍ତଙ୍କୁ ଭ୍ରମିତ କରିବାକୁ ପଶ୍ଚିମବଙ୍ଗ ସରକାର ଏପରି କରିଛନ୍ତି। ଏପରିକି ପଶ୍ଚିମବଙ୍ଗ ସରକାରଙ୍କ ଦୋମୁହଁା ନୀତିର ପର୍ଦ୍ଦାଫାଶ ହେବା ଉଚିତ ବୋଲି ଶୁଭେନ୍ଦୁ କହିଛନ୍ତି।

ଭାରତ ଏବଂ ବିଶ୍ବରେ ଜଗନ୍ନାଥଙ୍କ ମନ୍ଦିର ରହିଛି, ସେଗୁଡ଼ିକ ଧାମ ନୁହନ୍ତି। ଏକ ନୂଆ ଢାଞ୍ଚା ନିର୍ମାଣ କରି ଏହାକୁ ଧାମ ଭାବେ ନାମିତ କରାଯାଇପାରିବ ନାହିଁ। ରାମକୃଷ୍ଣ ଦାସମହାପାତ୍ରଙ୍କ ଭୂମିକା ଉପରେ ବିଚାର ଆବଶ୍ୟକ। ତାଙ୍କ କାର୍ଯ୍ୟ ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ଆଣିଛି। ପଦବୀର ଅପବ୍ୟବହାର କରି ଭକ୍ତଙ୍କ ବିଶ୍ବାସକୁ କ୍ଷୁର୍ଣ୍ଣ କରିଛନ୍ତି ବୋଲି ଶୁଭେନ୍ଦୁ କହିଛନ୍ତି।

ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଏବଂ ‘ଦାରୁ କାଠ’ ମୂର୍ତ୍ତିରେ ବ୍ୟବହାର କରାଯିବା ପ୍ରସଙ୍ଗକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେବା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri