ଭଞ୍ଜନଗରରେ ଖୋଲିଲା ରାଜ୍ୟର ପ୍ରଥମ ସରକାରୀ ଓ୍ବାଟର୍‌ ପାର୍କ, ପର୍ଯ୍ୟଟକଙ୍କ ପାଇଁ ସାଜିବ ଆକର୍ଷଣର କେନ୍ଦ୍ରବିନ୍ଦୁ

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ପ୍ରଥମ ସରକାରୀ ସମ୍ପ୍ରସାରିତ ୱାଟର ପାର୍କ ରବିବାର ଉଦଘାଟିତ ହୋଇଯାଇଛି। ଏହା ଜଳସମ୍ପଦ ବିଭାଗ ଦ୍ବାରା ପରିଚାଳିତ ହେଉଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାହାକୁ ଉଦ୍‌ଘାଟନ କରିଥିଲେ। ଏଥିସହ ନବ ନିର୍ମିତ ଫୁଡ କୋର୍ଟକୁ ମଧ୍ୟ ବିଧାୟକ ଉଦଘାଟନ କରିଛନ୍ତି।

ଓ୍ବାଟର ପାର୍କ ଉଦ୍‌ଘାଟନ ଅବସରରେ ବିଧାୟକ ନାୟକ କହିଥିଲେ ଯେ ଉକ୍ତ ପାର୍କକୁ ରାଜ୍ୟର ଏକ ନମ୍ବର ପାର୍କ କରାଯିବ। ଏଥିପାଇଁ ପଦକ୍ଷେପ ନିଆଯାଇଛି। ୱାଟର ପାର୍କ ଖୋଲିବା ପରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପର୍ଯ୍ୟଟକମାନେ ଆସି ତାହାର ମଜା ଉଠାଇବେ। ଆଗାମୀ ଦିନରେ ଭଞ୍ଜନଗର ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ବିନ୍ଦୁ ହେବ। ଏଥିସହ ଆମ ଅଞ୍ଚଳର ଅନେକ ପରିବାର ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଉପ ଜିଲାପାଳ ଉମା ଶଙ୍କର ବେହେରା, ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର, ଏମ୍‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଜଳସମ୍ପଦ ବିଭାଗର ଯନ୍ତ୍ରୀ, କର୍ମଚାରୀ ସହଯୋଗ କରିଥିଲେ।

ସୂଚନା ଯୋଗ୍ୟ ଯେ ୨୦୨୪ ମସିହା ଜାନୁୟାରୀ ୨୬ ତାରିଖରେ ୱାଟର ପାର୍କ ଖୋଲିଥିଲା। ଏହା ୬ ମାସ ଚାଲିବା ପରେ ପରିଚାଳନାଗତ ତ୍ରୁଟି ଯୋଗୁ ତାହା ବନ୍ଦ ହୋଇଯାଇଥିଲା। କିଛି ମାସ ପୂର୍ବେ ବିଧାୟକ ନାୟକ ଜାଣିବା ପରେ ତାହା ପୁଣି କିଭଳି ଚାଲିବ ସେଥିପାଇଁ ବ୍ୟବସ୍ଥା କରିଥିଲେ। ୱାଟର ପାର୍କର କିଛି କାର୍ଯ୍ୟ ସମ୍ପ୍ରସାରଣ କରାଯିବା ସହ ଆଉ କିଛି କାର୍ଯ୍ୟକୁ ମରାମତି କରାଯାଇ ପୁଣି ଆଜିଠୁ ଖୋଲିବା ବ୍ୟବସ୍ଥା କରାଯାଇଛି। ଯାହାକୁ ନେଇ ଅଞ୍ଚଳବାସି ଖୁସିବ୍ୟକ୍ତ କରିବା ସହ ବିଧାୟକଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି।

ଆହୁରି ପଢ଼ନ୍ତୁ…

ଭଞ୍ଜନଗରରେ ଥିବା ଜଳଭଣ୍ଡାର, ନଦୀ ଆଡ଼ିବନ୍ଧର ନିୟମିତ ଯାଞ୍ଚ କରାଯାଉ: ସଚିବ


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri