କେଉଁ କାରଣରୁ ଚାଲିଗଲା ୩ ଜୀବନ; ତଦନ୍ତ ପାଇଁ ଗଠନ ହେଲା ବୈଷୟିକ କମିଟି

ଭୁବନେଶ୍ୱର, ୪ା୫: କଟକ ରିଙ୍ଗରୋଡ଼ ସଂପ୍ରସାରଣ କାର୍ଯ୍ୟ ଚାଲୁଥିବା ବେଳେ ଘଟିଥିବା ଦୁଃଖଦ ଦୁର୍ଘଟଣା ନେଇ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ନିର୍ଦ୍ଦେଶ କ୍ରମେ ପୂର୍ତ୍ତ ବିଭାଗ ପକ୍ଷରୁ ଆଜି ଏକ ୩ ଜଣିଆ ବୈଷୟିକ କମିଟି ଗଠନ ନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି କମିଟିରେ ପୂର୍ତ୍ତ ବିଭାଗ ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଅଧ୍ୟକ୍ଷ ଥିବାବେଳେ ରୋଡସ୍‌-୨ର ମୁଖ୍ୟ ଯନ୍ତ୍ରୀ ଏବଂ କଟକର ଅତିରିକ୍ତ ଜିଲ୍ଲାପାଳ ସଦସ୍ୟ ରହିଛନ୍ତି।

କଟକ ଖାନନଗର ନିକଟରେ ୬ ଲେନ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲୁଥୁବା ବେଳେ ଏପରି ଘଟଣା କାହିଁକି ଏବଂ କେଉଁ ପରିସ୍ଥିତରେ ଘଟିଲା ସେ ସମ୍ପର୍କରେ ଗଠିତ ବୈଷୟିକ କମିଟି ସବୁ ଦିଗକୁ ଅନୁଧ୍ୟାନ ସହ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ୧୫ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବ। ନିର୍ମାଣ ଦାୟିତ୍ୱରେ ଥିବା କର୍ମଚାରୀଙ୍କ କାର୍ଯ୍ୟରେ ଅବହେଳା କିମ୍ବା ଅନ୍ୟ କେଉଁ କାରଣ ଯୋଗୁଁ ଏପରି ଘଟଣା ଘଟିଲା ସେ ସମ୍ପର୍କରେ କମିଟି ବିସ୍ତୃତ ରିପୋର୍ଟ ବିଭାଗକୁ ପ୍ରଦାନ କରିବ। ଯଦି ଏଥିରେ କାହାରି ସମୃକ୍ତି ଜଣାପଡେ ପରବର୍ତ୍ତୀ ସମୟରେ ଆଇନ ଅନୁସାରେ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri