ଗଛକୁ ଧକ୍କା ଦେଲା ଡାଲା ଅଟୋ; ୬ ଶ୍ରମିକ ଆହତ, ୨ ଗୁରୁତର

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ଦଶେଇପୁର ଗାଁ ଛକ ନିକଟରେ ରବିବାର ଅପରାହ୍ନ ପ୍ରାୟ ସାଢ଼େ ୨ ଟାରେ ଏକ ଡାଲା ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ରାସ୍ତା କଡରେ ଥିବା ଏକ ଗଛକୁ ଭାରସାମ୍ୟ ହରାଇ ଧକ୍କା ଦେବା ଫଳରେ ସେଥିରେ ଥିବା ୨ ମହିଳାଙ୍କ ସମେତ ଅନ୍ୟ ୪ ଜଣ ଆହତ ହୋଇଛନ୍ତି।

ଆହତ ଶ୍ରମିକ ମାନେ ହେଲେ ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ପନାଡ ଗ୍ରାମର ଆକାଶ ନାୟକ, ସନ୍ଧ୍ୟା ନାୟକ, ଦୀପା ନାୟକ ଏବଂ ରବି ନାୟକ ଏବଂ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମର ମିଟୁ ଗୌଡ ଓ ମୌଳାଭଞ୍ଜା ପଞ୍ଚାୟତ ଗୁମ୍ମା ଗ୍ରାମର ଶିବ ମାଦଳା ବୋଲି ଜଣାପଡିଛି।

ଆହତ ମାନଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ରବି ଏବଂ ଶିବଙ୍କ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଦିଆଯାଇଛି।ଗଜପତି ଜିଲା କମଳାପୁର ଗ୍ରାମରେ ଏକ ନିର୍ମାଣାଧୀନ ଘରର ଢଳେଇ କାମ ସାରି  ଶ୍ରମିକ ମାନେ ଅଟୋରେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri