ବାଘର ସୁରକ୍ଷା, ସଂରକ୍ଷଣକୁ ଗୁରୁତ୍ୱ

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଲିଓପାଡ୍‌ ଡେ (କଲରାପତରିଆ ଦିବସ) ପାଳିତ ହୋଇଯାଇଛି। ଆର୍ଥ କୃଷିଡେର୍ସ ଅର୍ଗାନାଇଜେଶନ, ବରଗଡ଼ ବନ ବିଭାଗ ଏବଂ କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବରଗଡ଼ ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟ୍ଟନାୟକ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଯୋଗଦାନ କରିଥିଲେ। କ୍ରୀଷ୍ଣା ବିକାଶ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ଦଶାରି ମୁରଲୀ କ୍ରୀଷ୍ଣା ସମ୍ମାନିତ ଅତିଥିଭାବେ ଯୋଗଦେଇ ପରିବେଶ ସନ୍ତୁଳନ ଏବଂ ଏଥିରେ ଛାତ୍ରୀଛାତ୍ରଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ। ଆର୍ଥ କୃଷିଡେର୍ସ ଅର୍ଗାନାଇଜେଶନର ପ୍ରୋଗ୍ରାମ ଓ କାର୍ଯ୍ୟକାରୀ ଅଧିକାରୀ ଆକାଶ ପ୍ରଧାନ ସମ୍ମାନିତ ଅତିଥିଭାବେ ଯୋଗଦେଇ ବର୍ତ୍ତମାନ ସମୟରେ କଲରାପତରିଆ ବାଘର ସଂରକ୍ଷଣ ତଥା ବନ୍ୟ ପ୍ରାଣୀ ସମ୍ପଦର ସୁରକ୍ଷା, ବିକାଶ ଉପରେ ବକ୍ତବ୍ୟ ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ଫରେଷ୍ଟ ରେଞ୍ଜ ଅଫିସର ଆରତୀ ନେଗୀ, ଆର୍ଥ କୃଷିଡେର୍ସ ଅର୍ଗାନାଇଜେଶନର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ଅରବିନ୍ଦ ସାମଲ, ଲୋକେଶ ଦଶାରୀ, କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ନାରାୟଣ ରଥ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଏସ୍‌. କାନ୍ତା ରାଓଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଛାତ୍ରୀଛାତ୍ରବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri