Posted inଜାତୀୟ

ପାକିସ୍ତାନକୁ ଚେନାବ ଜଳ ରୋକିଲା ଭାରତ

ନୂଆଦିଲ୍ଲୀ,୬ା୫: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପ୍ରଥମ ପଦକ୍ଷେପ ସ୍ବରୂପ ସିନ୍ଧୁନଦୀ ଜଳ ଚୁକ୍ତିକୁ ସ୍ଥଗିତ ରଖିଥିବାବେଳେ ରବିବାର ଜମ୍ମୁର ବାଗ୍ଲିହାର ଡ୍ୟାମ୍‌ରୁ ଚେନାବ ନଦୀଜଳ ପ୍ରବାହକୁ ସାମୟିକ ଭାବେ ରୋକିଛି। ବନ୍ଦିପୋର ନିକଟ କିଶନଗଙ୍ଗା ଡ୍ୟାମ୍‌ରୁ ମଧ୍ୟ ଅନୁରୂପ ଭାବେ ଜଳ ରୋକିବାକୁ କେନ୍ଦ୍ର ସରକାର ଯୋଜନା କରୁଥିବା ଜଣାପଡ଼ିଛି। କଶ୍ମୀରର ୨ଟି ଜଳବିଦ୍ୟୁତ୍‌ ପ୍ରକଳ୍ପର ଭଣ୍ଡାର ଜଳଧାରଣ କ୍ଷମତା ବଢ଼ାଇବାକୁ ସରକାର କାମ ଆରମ୍ଭ କରିଛନ୍ତି। ଏଥିସହିତ ଉକ୍ତ ଅଞ୍ଚଳରେ ଅଟକି ରହିଥିବା ୬ଟି ଜଳବିଦ୍ୟୁତ୍‌ ପ୍ରକଳ୍ପ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବା ଆଶା କରାଯାଉଛି। ସେଗୁଡ଼ିକ ହେଲା ସାଓ୍ବଲକୋଟ୍‌ର ୧,୮୫୬ ମେଗାଓ୍ବାଟ ପ୍ରକଳ୍ପ, ୧,୩୨୦ ମେଗାଓ୍ବାଟ୍‌ କ୍ଷମତା ବିଶିଷ୍ଟ କିର୍ଥାଇ-୧ ପ୍ରକଳ୍ପ ଏବଂ ୧୦୦୦ ମେଗାଓ୍ବାଟ କ୍ଷମତା ବିଶିଷ୍ଟ ପକଲ ଡୁଲ୍‌। ଏହା ବ୍ୟତୀତ ଅନ୍ୟ ୩ଟି ପ୍ରକଳ୍ପରୁ ୨,୨୨୪ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି। ଏହି ୬ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ଜମ୍ମୁ-କଶ୍ମୀର ମୋଟ ୧୦ ହଜାର ମେଗାଓ୍ବାଟ ବିଦ୍ୟୁତ୍‌ ଉତ୍ପାଦନ କରିବା ସହ ଜଳସେଚନ ଓ ଘରୋଇ ବ୍ୟବହାର ପାଇଁ ଅଧିକ ଜଳ ପାଇପାରିବ। ତେବେ ସିନ୍ଧୁନଦୀ ଜଳ ଚୁକ୍ତି ଏବେ ମଧ୍ୟ କାର୍ଯ୍ୟକାରୀ ଥିବାରୁ ଉପରୋକ୍ତ ନିର୍ମାଣର ୬ ମାସ ପୂର୍ବରୁ ଭାରତ ପାକିସ୍ତାନକୁ ନୋଟିସ୍‌ କରିବାକୁ ପଡ଼ିବ। ଇସ୍‌ଲାମାବାଦ ପ୍ରକଳ୍ପକୁ ବିଳମ୍ବିତ କିମ୍ବା ବାତିଲ କରାଇବା ପାଇଁ ବିଭିନ୍ନ ଆଇନଗତ ଚ୍ୟାଲେଞ୍ଜ ସୃଷ୍ଟି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri