୩ଟି ପର୍ଯ୍ୟାୟରେ ନିର୍ମାଣ ହେବ ପୁରୀ ବିମାନ ବନ୍ଦର: ଖର୍ଚ୍ଚ ହେବ ୫,୬୩୧ କୋଟି

ଭୁବନେଶ୍ୱର, ୬।୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି ୫,୬୩୧ କୋଟି ଟଙ୍କା ମୂଲ୍ୟରେ ୧,୧୬୪ ଏକର ଜମିରେ ବିକଶିତ ହେବ। ଏହି ନିର୍ମାଣ କାର୍ଯ୍ୟ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବେଳେ ଏହା ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ କରିବ ।

ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବା ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ ଏବଂ ପବିତ୍ର ପୁରୀ ସହର ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଗମ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶା ପ୍ରକାଶ କରିଛନ୍ତି ।

ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମ ମୋହନ ନାଇଡୁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri