ବହୁ ପ୍ରତିକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ, ମୋଦି କହିଲେ…

ନୂଆଦିଲ୍ଲୀ, ୬।୫: ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି। ଯାହା ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ରଣନୀତିଗତ ସମ୍ପର୍କକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଚୁକ୍ତିକୁ ଏକ “ଐତିହାସିକ ମାଇଲଖୁଣ୍ଟ” ବୋଲି ଅଭିହିତ କରିଛନ୍ତି ଏବଂ ଏହା ଦୁଇ ଦେଶର ବ୍ୟାପକ ରଣନୀତିଗତ ଭାଗୀଦାରୀକୁ ଆହୁରି ଗଭୀର କରିବ ବୋଲି କହିଛନ୍ତି।

ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ଏହି ଚୁକ୍ତି ଉଭୟ ଦେଶର ଅର୍ଥନୀତିରେ ବାଣିଜ୍ୟ, ନିବେଶ, ଅଭିବୃଦ୍ଧି, ରୋଜଗାର ସୃଷ୍ଟି ଏବଂ ନବସୃଜନକୁ ଉତ୍ସାହିତ କରିବ।” ଏହି FTA ଦୀର୍ଘ ଦିନର ଆଲୋଚନା ଓ କୂଟନୈତିକ ପ୍ରୟାସର ଫଳାଫଳ, ଯାହା ଭାରତ ଓ ବ୍ରିଟେନ ମଧ୍ୟରେ ଅର୍ଥନୈତିକ ସମ୍ପର୍କକୁ ନୂଆ ଦିଗନ୍ତ ପ୍ରଦାନ କରିବ। ଏହା ଦ୍ୱାରା ଦୁଇ ଦେଶର ବ୍ୟବସାୟୀ, ଶିଳ୍ପ ଏବଂ ସାଧାରଣ ନାଗରିକମାନେ ଉପକୃତ ହେବେ ବୋଲି ଆଶା କରାଯାଉଛି।

ଭାରତ ଏବଂ ବ୍ରିଟେନ ମଧ୍ୟରେ ବାଣିଜ୍ୟ ସମ୍ପର୍କ ଦୀର୍ଘ ଦିନରୁ ମଜବୁତ ରହିଆସିଛି, କିନ୍ତୁ ଏହି ମୁକ୍ତ ବାଣିଜ୍ୟ ଚୁକ୍ତି ଦୁଇ ଦେଶ ମଧ୍ୟରେ ଶୁଳ୍କ ବାଧା ହ୍ରାସ କରି ବାଣିଜ୍ୟକୁ ଆହୁରି ସରଳ ଓ ସୁଗମ କରିବ। ଏହା ଭାରତୀୟ ରପ୍ତାନୀକାରୀମାନଙ୍କୁ ବ୍ରିଟିଶ ବଜାରରେ ଅଧିକ ସୁଯୋଗ ପ୍ରଦାନ କରିବ ଏବଂ ବ୍ରିଟିଶ କମ୍ପାନୀମାନଙ୍କୁ ଭାରତରେ ନିବେଶ ପାଇଁ ଉତ୍ସାହିତ କରିବ। ବିଶେଷ କରି ପ୍ରଯୁକ୍ତି, ସ୍ୱାସ୍ଥ୍ୟସେବା, କୃଷି ଏବଂ ଉତ୍ପାଦନ କ୍ଷେତ୍ରରେ ଏହା ନୂଆ ସମ୍ଭାବନା ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri