Posted inଜାତୀୟ

ପ୍ରତିଶୋଧ ନେଲା ଭାରତ ‘ଅପରେସନ ସିନ୍ଦୂର’ ରେ ଦେଲା କଡ଼ା ଜବାବ

ନୂଆଦିଲ୍ଲୀ,୭।୫: ପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି ଆକ୍ରମଣ। ବ୍ରହ୍ମୋସ ମିଶାଇଲ ମାଡ଼ କରି ଧ୍ୱଂସ କଲା ଆତଙ୍କବାଦୀଙ୍କଆଡ୍ଡା ସ୍ଥଳ। ପାକିସ୍ତାନ ଉପରେ ଏହି ଏୟାର ଷ୍ଟ୍ରାଇକ ପରେ ଦେଶରେ ଲେକେ ଖୁସି ମନାବଇବା ସହ କହିଛନ୍ତି ‘ଆମ ସହ ପଙ୍ଗା ନେଲେ, ଆମେ ଛାଡ଼ିବୁନି, ତମ ଦେଶ ଭିତରେ ପଶିକି ମାରିବୁ’। ପାକିସ୍ତାନରେ ଭାରତୀୟ ସେନାର ଏହି ରାତିଅଧିଆ ଆକ୍ରମଣ ପରେ ସବୁ ମହଲରେ ଭାରତକୁ ପ୍ରଶଂସା କରାଯାଉଛି।

ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ । ସେନାର ଏହି ଅପରେସନର ନାମ ରଖାଯାଇଛି ‘ସିନ୍ଦୂର’ । ସୂଚନାଯୋଗ୍ୟ, ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଛି ଭାରତୀୟ ସେନା ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri