ଆରପାରିରେ ପୁରୁଷୋତ୍ତମପୁର ଏନ୍‌ଏସି ଭାଜପା ମଣ୍ଡଳ ସଭାପତି: ଜଣେ ଦକ୍ଷ ଯୁବସଂଗଠକକୁ ହରାଇଲା ଭାଜପା

ପୁରୁଷୋତ୍ତମପୁର,୭।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଭାଜପାର ମଣ୍ଡଳ ସଭାପତି ତଥା ଯୁବସଂଗଠକ ସୂର୍ଯ୍ୟନାରାୟଣ ମହାରଣା ଓରଫ କଳିଆ (୩୭)ଙ୍କ ମଙ୍ଗଳବାର ରାତିରେ ପରଲୋକ ହୋଇଛି। ଭୂବନେଶ୍ବରରେ ଏକ ହସ୍ପିଟାଲରେ ସେ ଶେଷ ନିଃଶ୍ୱସ ତ୍ୟାଗ କରିଛନ୍ତି।  ପରିବାର ପ୍ରତିପୋଷଣ ଲାଗି ସେ ଏକ ଫର୍ଣ୍ଣିଚଚ ୱାର୍କସପକରିଥିଲେ।ଏହି ୱାର୍କସପ ମଧ୍ୟକୁ ବିଷଧର ସାପମାନ ପଶିଆଶୁଥିବାରୁ  ଏହାକୁ ରୋକିବାଲାଗି ଗତମାସ ୩୦ରେ କିଛି ରାସାୟନିକ ବିଶାକ୍ତ  ଦ୍ରବ୍ୟ ସିଞ୍ଚନ କରିଥିଲେ। ଏହିସମୟରେ ଅସାବଧାନତା ବସତଃ ତାହା ତାଙ୍କ ସଂସ୍ପର୍ଶରେ ଆସିଥିଲେ। ଫଳରେ ସେ ହଟାତ ଅସୁସ୍ଥ ଅନୁଭବକରିଥିଲେ। ପରିବାର ଲୋକେ ତାଙ୍କୁ ସଙ୍ଗେସଙ୍ଗେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବାସହ ସେଠାରୁ ବ୍ରହ୍ମପୁର ବଡମେଡିକାଲକୁ ନେଇଥିଲେ। ମାତ୍ର ଅବସ୍ଥାରେ ସୁଧାର ନ ଆସିବାରୁ ସୋମବାର ଭୂବନେଶ୍ବରର ଏକ ହସପିଟାଲକୁନେଇଥିଲେ। ସେଠାରେ  ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।
ତାଙ୍କ ସ୍ତ୍ରୀଙ୍କ ସମେତ ୧୧ ବର୍ଷ ଓ ୭ ବର୍ଷର ୨ଟି ଶିଶକନ୍ୟା ଅଛନ୍ତି। ସେ ଗତ ଜାନୁଆରୀ ମାସରେ ପୁରୁଷୋତ୍ତମପୁର ଏନ୍‌ଏସି ଭାଜପାର ମଣ୍ଡଳ ସଭାପତିଭାବରେ ନିର୍ବାଚିତ ହୋଇଥିଲେ । ତାଙ୍କ ମୃତ୍ୟୁପାର ଭାଜପାକର୍ମୀଙ୍କ ମଧ୍ୟରେ ଶୋକରଛାୟା ଖେଳିଯାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri