ନିଆଁ ଦାଉରୁ ଜଙ୍ଗଲ ସୁରକ୍ଷା, ଜୀବଜନ୍ତୁଙ୍କ ରକ୍ଷା ନେଇ ସଚେତନତା

କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବଗାଡ଼ ବନସୁରକ୍ଷା ସମିତିର ସଭାପତି ଧନୁ ଭୋଇଙ୍କ ସଭାପତିତ୍ୱରେ ଏକ ସାଧାରଣ ସଭା ଟାଙ୍ଗରା କଟା ପରିସରରେ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମିତିର ସମ୍ପାଦକ ତଥା ବନପାଳ ଯଶୋବନ୍ତ ନାଏକଙ୍କ ନେତୃତ୍ୱରେ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବନ ସୁରକ୍ଷା ସମିତି ବଗାଡ଼ର ମୃତ ସଦସ୍ୟଙ୍କ ପାଇଁ ପ୍ରଥମେ ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା। ସମିତିର ସମ୍ପାଦକ ତଥା ବନପାଳ ଯଶୋବନ୍ତ ନାଏକ ବିବରଣୀ ପଠନ କରିଥିଲେ। ଜଙ୍ଗଲ ସୁରକ୍ଷା, ଜଙ୍ଗଲ ଓ ଜୀବଜନ୍ତୁଙ୍କୁ ନିଆଁ ଦାଉରୁ କିପରି ସୁରକ୍ଷା କରିବା ଆଦି ବିଷୟରେ ବନପାଳ ବିସ୍ତୃତ ଭାବେ ଉପସ୍ଥିତ ସମିତି ସଦସ୍ୟଙ୍କୁ ବୁଝାଇ ଥିଲେ। ସମିତିର ସଭାପତି ଧନୁ ଭୋଇ, ବନପାଳ ଯଶୋବନ୍ତ ନାଏକଙ୍କ ସମେତ ବନ କର୍ମଚାରୀଙ୍କୁ ସ୍ବାଗତ ଓ ସମ୍ବର୍ଦ୍ଧନା କରିଥିବାବେଳେ ସମ୍ପାଦକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଭଉଣୀ ଜ୍ୱାଇଁ ଘରକୁ ଯାଉଥିଲେ ପ୍ରଧାନଶିକ୍ଷକ, ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ଭବାନୀପାଟଣା,୫ା୧୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଲଗାଁ ପଞ୍ଚାୟତର କୁସୁମଦର ଗ୍ରାମ କେନାଲ ରାସ୍ତାରେ ଗୁରୁବାର ଏକ ପିକ୍‌ଅପ ଭ୍ୟାନ...

୨ ବିଦ୍ୟାଳୟରୁ ଲୁଟି ନେଲେ ସୋଲାର ଲାଇଟ୍‌

ପଲମ,୪ା୧୨(ଭିକାରି ଗଉଡ଼): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ଗାଡ଼େବନ୍ଦ ପଞ୍ଚାୟତର ଗୁଣପୁର ପ୍ରାଥମିକ ବିଦ୍ୟାଳୟ ଓ ରାଣିପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ସୋଲାର...

୫ ଦିନରେ ୨ ଚାଷୀଙ୍କ ଧାନ କ୍ରୟ

ଭବାନୀପାଟଣା,୪।୧୨(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାରେ ଗତ ନଭେମ୍ବର ୨୯ରୁ ଚଳିତ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ପ୍ରଥମ କରି ଗୋଲାମୁଣ୍ଡା ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri