ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ମତ୍ସ୍ୟ ବିଭାଗ ଅଧୀନରେ ହୁମା ଶୁଖୁଆ ହାଟ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଦୁଇ ସପ୍ତାହ ଧରି ପଞ୍ଚାୟତ ଜନପ୍ରତିନିଧି ଓ ପଞ୍ଚୁଦୋଳ ଯାତ୍ରା ପରିଚାଳନା କମିଟି ମଧ୍ୟରେ ଲାଗି ରହିଥିବା ବିବାଦ ବୁଧବାର ସମାଧାନ ହୋଇଛି। ଏସିଆ ମହାଦେଶର ସର୍ବ ବୃହତ ପ୍ରସିଦ୍ଧ ହୁମା ଶୁଖୁଆ ହାଟ ମତ୍ସ୍ୟ ବିଭାଗ ଅଧୀନକୁ ଚାଲିଯିବା ନେଇ ବିଜ୍ଞପ୍ତି ପ୍ରକାଶ ଏବଂ ସରକାର ପଟ୍ଟା ହେବା ପରେ ବିବାଦ ଉପୁଜିଥିଲା। ଏହି ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବା ଜଣାପଡ଼ିଛି l ଏନେଇ ବୁଧବାର ପୂର୍ବାହ୍ନରେ ହାଟପଡ଼ିଆଠାରେ ଜିଲା ଉଚ୍ଚ ପ୍ରଶାସନର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଉପଜିଲାପାଳ ଦେବାଶିଷ ବରାଳ, ମତ୍ସ୍ୟ ବିଭାଗ ଡେପୁଟି ଡାଇରେକ୍ଟର ସୁରେଶ ଚନ୍ଦ୍ର ବେହେରା, ବିଡିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ଜିଲା ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ଶାହ, ଅତିରିକ୍ତ ମତ୍ସ୍ୟ ଅଧିକାରୀ ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ମତ୍ସ୍ୟ ଅଧିକାରୀ ବିଭୂ ପ୍ରସାଦ ସ୍ବାଇଁ, ହୁମା ଫାଣ୍ଡି ଅଧିକାରୀ ଶୁଭ୍ରଜିତ ସାମନ୍ତରାୟ, ହୁମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ, ପଞ୍ଚୁଦୋଳ ଯାତ୍ରା ପରିଚାଳନା କମିଟି ସଭାପତି ସନ୍ତୋଷ କୁମାର ସାହୁ, ସଂସ୍କୃତିକ ସମ୍ପାଦକ ଯୋଗେଶ ଚନ୍ଦ୍ର ସାହୁ, ସାଧାରଣ ସମ୍ପାଦକ ରାମା ରାଓ ରେଡ୍ଡୀଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା, ୮ ଖଣ୍ଡ ଗ୍ରାମର ଭଦ୍ର ବ୍ୟକ୍ତି ଓ ଶୁଖୁଆ ବ୍ୟବସାୟୀ ପ୍ରମୁଖ ଉପସ୍ଥିତ ଥିଲେ।

ହାଟପଡ଼ିଆ ପଟ୍ଟା ଚଞ୍ଚକତାରେ ହୋଇଥିବା ଅଭିଯୋଗକୁ ଖଣ୍ଡନ କରିଥିଲେ ଉପଜିଲାପାଳ। ଏହି ପ୍ରକ୍ରିୟା ଗତ ଦଶ ବର୍ଷ ପୂର୍ବରୁ ଆରମ୍ଭ ହୋଇଥିବା ଏବଂ ଉନ୍ନତିକରଣ ପାଇଁ ମତ୍ସ୍ୟ ବିଭାଗ ଦାୟିତ୍ୱ ନେଇଥିବା ଉପଜିଲାପାଳ ସୂଚନା ଦେଇଥିଲେ। ଏହି ହାଟର ଉନ୍ନତିକରଣ ନିମନ୍ତେ ଏକ କମିଟି ଗଠନ ହେବ। ପ୍ରଥମ ଥର ପାଇଁ ହୁମା ହାଟର ଟେଣ୍ଡର ପ୍ରକ୍ରିୟା ଡାକ ନହୋଇ ବାକ୍ସରେ ଜଉମୁଦ ପ୍ରକ୍ରିୟାରେ ଟେଣ୍ଡର କରାଯିବା ନେଇ ଆଲୋଚନା ହୋଇଥିଲା। ଆଦାୟ ଅର୍ଥର ପଚାଶ ପ୍ରତିଶତ ଅର୍ଥ ପଞ୍ଚାୟତ ଉନ୍ନତିକରଣରେ ଖର୍ଚ୍ଚ ହେବ। ହାଟ ଗୃହର ସଫେଇ, ମରାମତି ଓ ବିଦ୍ୟୁତ ବିଲ୍‌ ଆଦି ସୋସାଇଟି କମିଟି ନିୟମ ଅନୁସାରେ ଉକ୍ତ ଅର୍ଥ ଖର୍ଚ୍ଚ କରାଯିବ ବୋଲି ଉପଜିଲାପାଳ ସୂଚନା ଦେଇଛନ୍ତି। ମତ୍ସ୍ୟ ବିଭାଗ ଅଧୀନରେ ହାଟ ରହିଲେ ମଧ୍ୟ ପଞ୍ଚୁଦୋଳ ଯାତ୍ରା ପ୍ରଭାବିତ ହେବ ନାହିଁ ବୋଲି ଉପଜିଲାପାଳ କହିଥିଲେ। ଉକ୍ତ ପଡ଼ିଆରେ ରାତ୍ର ରହଣି ପାଇଁ ୪ଟି ନୂଆ ବିଲଡିଂ, ଶୌଚାଳୟ ନିର୍ମାଣ କରାଯିବ ଏବଂ ହୋଲସେଲ ମାର୍କେଟ ସହ ରିଟେଲର ମାର୍କେଟ ବ୍ୟବସ୍ଥା କରାଯିବ ବୋଲି ମତ୍ସ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri