Blackout Wedding Viral Video: କିଟିମିଟି ଅନ୍ଧାର, ଏପଟେ ପଡ଼ୁଛି ମସାଇଲ୍‌, ସେପଟେ ହାତଗଣ୍ଠି

ଦେଶ ପ୍ରେମ ଆଗରେ ସବୁ କିଛି ତୁଚ୍ଛ । ଏପଟେ ଅପରେଶନ ସିନ୍ଦୂର। ଆଉ ସେପଟେ କନ୍ୟା ମଥାରେ ଲାଗୁଛି ସିନ୍ଦୂର। ବ୍ଲାକଆଉଟ୍‌ ମଧ୍ୟରେ ବିବାହ। ଗୋଟିଏ ପଟେ ଭାରତ ଓ ପାକିସ୍ତାନର ଲଢ଼ୁଆ ବିମାନ ଆକାଶରେ ଗର୍ଜୁଥାନ୍ତି । ଆଉ ଆରପଟେ ପଡ଼ୁଥାଏ ହାତଗଣ୍ଠି, ଶୁଭୁଥାଏ ବ୍ରାହ୍ମଣଙ୍କ ମନ୍ତ୍ରପାଠ । ମନରେ ଛନକା, ଛାତିରେ ଭୟ, ତଥାପି ଭାରତୀୟ ସେନା ଉପରେ ଥାଏ ଅଜସ୍ର ଭରସା। ସରକାରଙ୍କ ନିୟମ, ଦେଶପ୍ରେମକୁ ପାଥେୟକରି ବ୍ଲାକଆଉଟ୍‌ର ଅନ୍ଧାରୀ ରାତିରେ ଜୀବନସାଥିଙ୍କ ହାତରେ ଛନ୍ଧିଚନ୍ତି ହାତ। ହୋଇଛି ବିବାହ ।

ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରାଜସ୍ଥାନ ଯୋଧପୁରରେ । ବିବାହ ଚାଲୁଥିବା ସମୟରେ ହଠାତ୍‌ ଆରମ୍ଭ ହୋଇଥିଲା ଯୁଦ୍ଧ ପରିସ୍ଥିତି । ଜମ୍ମୁର ଏୟାରପୋର୍ଟ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା ପାକିସ୍ତାନ। ଏହା ପରେ ରାଜସ୍ଥାନକୁ ବ୍ଲାକ ଆଉଟ ପାଇଁ ନିର୍ଦ୍ଦେଶ ଆସିଥିଲା। ପରେ ସବୁ ଆଡେ କେବଳ କିଟିମିଟି ଅନ୍ଧାର। ଏହା ମଧ୍ୟରେ ଏହି ନବ ଦମ୍ପତି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ବ୍ଲାକ ଆଉଟ ବେଳେ କନିଆ ମଥାରେ ସିନ୍ଦୂର ଦେଇଛନ୍ତି ବର ।

ଏହି ବିବାହ ବେଳେ କେବଳ ମୋବାଇଲ କ୍ୟାମେରା ଓ ଟର୍ଚ୍ଚର ବ୍ୟବହାର କରାଯାଇଥିଲା । ଯାହାକି ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି । ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବା ପରେ ଉଭୟ ବର କନ୍ୟା ଓ ସେମାନଙ୍କ ପରିବାରକୁ ସବୁଆଡ଼ୁ ପ୍ରଶଂସା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri