ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ! ଟ୍ରମ୍ପଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୫: ଭାରତ-ପାକିସ୍ତାନ ଯୁଦ୍ଧ ଉତ୍ତେଜନା ଭିତରେ ବଡ଼ ଖବର। ଯୁଦ୍ଧବିରତି ନେଇ ଦୁଇ ଦେଶ ସହମତି ହୋଇଛନ୍ତି। ଏନେଇ ବଡ଼ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ରହିଛି। ଏନେଇ ସୋସିଆଲ ମିଡିଆରେ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଉଭୟ ଦେଶ ଶାନ୍ତି ପାଇଁ ସହମତ ହୋଇଛନ୍ତି। ଆମେ ଉଭୟଙ୍କୁ ବୁଝାଇବାକୁ ଚେଷ୍ଟା କଲୁ, ଏବଂ ଆମେ ଏଥିରେ ସଫଳ ହୋଇଛି।

ଉଭୟ ଦେଶରେ ସୃଷ୍ଟି ହେଉଥିବା ପରିବେଶକୁ ଶାନ୍ତ କରିବା ଆବଶ୍ୟକ। ଆମେ ଗତକାଲି ରାତିରୁ ଏହା ଚେଷ୍ଟା କରିବା ଆରମ୍ଭ କରିଥିଲୁ ଏବଂ ଉଭୟ ଦେଶ ଏଥିରେ ରାଜି ହୋଇଛନ୍ତି। ଏବେ ଉଭୟ ଯୁଦ୍ଧବିରତି ପାଇଁ ପ୍ରସ୍ତୁତ ବୋଲି ଟ୍ରମ୍ପ କହିଛନ୍ତି।

 

 

India-Pakistan War Stop ଟ୍ରମ୍ପ ଆହୁରି କହିଛନ୍ତି, ଜେଡି ଭାନ୍ସ ଏବଂ ମୁଁ ଭାରତ ଏବଂ ପାକିସ୍ତାନର ବରିଷ୍ଠ ଅଧିକାରୀଙ୍କ ସହ କଥା ହୋଇଛୁ, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଶେହବାଜ ସରିଫ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ସେନା ମୁଖ୍ୟ ଅସୀମ ମୁନିର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ଅସୀମ ମାଲିକ ସାମିଲ ଅଛନ୍ତି। ମୁଁ ଖୁସିର ସହିତ ଘୋଷଣା କରୁଛି ଯେ ଭାରତ ଏବଂ ପାକିସ୍ତାନ ସରକାର ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି ଏବଂ ଏକ ନିରପେକ୍ଷ ସ୍ଥାନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ସରିଫଙ୍କ ଦ୍ୱାରା ଶାନ୍ତିପୂର୍ଣ୍ଣ ପଥ ବାଛିବା କ୍ଷେତ୍ରରେ ପ୍ରଦର୍ଶନ କରାଯାଇଥିବା ଦୂରଦୃଷ୍ଟି, ବିଚକ୍ଷଣତା ଏବଂ କୂଟନୈତିକ ବୁଦ୍ଧିକୁ ଆମେ ପ୍ରଶଂସା କରୁଛୁ।

India-Pakistan War Stop ଶନିବାର ସକାଳେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କ ରୁବିଓ ପାକିସ୍ତାନ ସେନା ମୁଖ୍ୟ ଅସୀମ ମୁନିରଙ୍କ ସହ କଥା ହୋଇଥିଲେ। ରୁବିଓ ମୁନିରଙ୍କୁ ଶାନ୍ତ ରହିବାକୁ କହିଥିଲେ। ରୁବିଓ କହିଛନ୍ତି ଯେ ଏହି ମାମଲାକୁ ଆଗକୁ ବଢାଇବା ଦ୍ୱାରା ପାକିସ୍ତାନର କ୍ଷତି ହେବ। ରୁବିଓ ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠାରେ ଏକ ବଡ଼ ଭୂମିକା ଗ୍ରହଣ କରିବା ବିଷୟରେ କହିଥିଲେ।

India-Pakistan War Stop ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ପାକିସ୍ତାନର ଉପପ୍ରଧାନମନ୍ତ୍ରୀ ଇସାକ ଡାର ଏକ ବୟାନ ଦେଇଛନ୍ତି। ଡାର କହିଛନ୍ତି ଯେ ଆମେ ଯୁଦ୍ଧବିରତି ପାଇଁ ରାଜି। ପରେ ଯାହା ହେବ, ଆମେ ତାହାକୁ ଗ୍ରହଣ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri