ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୧୧ା୫: ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଛନ୍ତି, ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଏଥିପାଇଁ ଜାତୀୟତାର ମନୋଭାବ ରଖି ବେସାମରିକ ସୁରକ୍ଷା ବା Civil Defence ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାପାଇଁ ମୁଁ ଜନସାଧାରଣଙ୍କୁ, ବିଶେଷକରି ଯୁବ ସମାଜକୁ ଆହ୍ବାନ କରୁଛି। ଯୁବ ସମାଜ ହିଁ ଆମ ଆଶା, ଭରଷା ଓ ଶକ୍ତିର ପ୍ରତୀକ।

ଇଚ୍ଛୁକ ସ୍ବେଚ୍ଛାସେବୀମାନେ ଜିଲା ସ୍ତରରେ ଜିଲାପାଳଙ୍କୁ ଆବେଦନ କରିପାରିବେ। ଜିଲାପାଳ ହେଉଛନ୍ତି ଜିଲା ବେସାମରିକ ସୁରକ୍ଷାର ନିୟନ୍ତ୍ରକ। ଏହି ସ୍ବେଚ୍ଛାସେବୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଆବଶ୍ୟକ ହେଲେ ସେବା ଓ ଜାତୀୟତାର ମନୋଭାବ ରଖି ସେମାନେ ଜନସାଧାରଣଙ୍କୁ ସେବା ଯୋଗାଇଦେବେ। ଆମ ରାଜ୍ୟର ୧୨ଟି ସ୍ଥାନରେ Civil Defence ସଙ୍ଗଠନ କାର୍ଯ୍ୟ କରୁଛି। ଆବଶ୍ୟକତା ଅନୁଯାୟୀ ଅନ୍ୟ ସ୍ଥାନଗୁଡ଼ିକରେ ନୂଆ ସଙ୍ଗଠନ ଗଢ଼ିବାକୁ ମୁଁ ନିର୍ଦ୍ଦେଶ ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୋର ଆଶା ଓ ବିଶ୍ବାସ, ସେବା ଓ ଜାତୀୟତାର ମନୋଭାବ ରଖି ଅନେକ ବ୍ୟକ୍ତି ବିଶେଷ, ବିଶେଷକରି ଯୁବ ବର୍ଗ, ଏଥିପାଇଁ ଆଗେଇ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri