ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ

କଟକ,୧୨ା୫: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ସୋମବାର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ ଜଷ୍ଟିସ୍‌ ଶ୍ରୀପଦଙ୍କୁ ପଦ ଓ ଗୋପନୀୟତାର  ଶପଥପାଠ କରାଇଛନ୍ତି। ଜଷ୍ଟିସ ଶ୍ରୀପଦ କର୍ନାଟକ ହାଇକୋର୍ଟରୁ ବଦଳି ହୋଇ ଓଡ଼ିଶା  ଆସିଛନ୍ତି ।

ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ବେଙ୍ଗାଲୁରୁ ଆଇନ ମହାବିଦ୍ୟାଳୟରେ ଆଇନ ଅଧ୍ୟାପକ ଭାବେ କାର୍ଯ୍ୟ କରିଥିଲେ । କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତ ନିମନ୍ତେ ସେ ନିର୍ବାଚନୀ ମାମଲା ପରିଚାଳନା କରିଥିବା ବେଳେ କେନ୍ଦ୍ର ସରକାରଙ୍କ ଓକିଲ ଭାବେ ମଧ୍ୟ ମାମଲା ପରିଚାଳନା କରିଥିଲେ । ଜୁଲାଇ ୧୯୮୯ରୁ ସେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ୨୪ ବର୍ଷ ଧରି ସେ କର୍ନାଟକ ଓ ମାଡ୍ରାସ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୪ରେ ସେ ଆସିଷ୍ଟାଣ୍ଟ ସଲିସିଟର ଜେନେରାଲ ଅଫ୍‌ ଇଣ୍ଡିଆ ରୂପେ ନିଯୁକ୍ତି ପାଇଥିଲେ। କର୍ନାଟକ  ହାଇକୋର୍ଟର ଅତିରିକ୍ତ ବିଚାରପତି ରୂପେ ସେ ୧୪ ଫେବୃଆରୀ ୨୦୧୮ରେ ନିଯୁକ୍ତି ପାଇଥିଲେ। ୭ ଜାନୁଆରୀ ୨୦୨୦ରେ ଜଷ୍ଟିସ୍‌ ଶ୍ରୀପଦ କର୍ନାଟକ ହାଇକୋର୍ଟର ସ୍ଥାୟୀ ବିଚାରପତି ହୋଇଥିଲେ।

ଆଜିର ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶା ହାଇକୋର୍ଟର ସମସ୍ତ ବିଚାରପତି, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୋଲିସ କମିଶନର, କଟକ ଡିସିପିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଆଇନଜୀବୀମାନେ ଉପସ୍ଥିତ ଥିଲେ। ଜଷ୍ଟିସ ଶ୍ରୀପଦ କାର୍ଯ୍ୟରେ ଯୋଗ ଦେବା ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri