ଆଇଏମ୍‌ଡିର ବଡ଼ ସୂଚନା: ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୧୨।୫: ଭାରତ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।

ଭାରତ ପାଣିପାଗ ବିଭାଗ (ଆଇଏମଡି) ଉଲ୍ଲେଖ କରିଛି ଯେ, ୩ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ନିମ୍ନ ଟ୍ରପୋସ୍ଫେରିକସ୍ତରରେ ପଶ୍ଚିମ ବାୟୁ ପ୍ରାୟ ୨୦ ନଟ୍ସ ପର୍ଯ୍ୟନ୍ତ ତୀବ୍ର ହୋଇଛି, ଯାହା ମୌସୁମୀର ଆଗମନ ପାଇଁ ଅନୁକୂଳ ରହିଛି।

ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଚଳିତ ବର୍ଷ ଶୀଘ୍ର ମୌସୁମୀ ଛୁଇଁବ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୭ ମେ’ରେ କେରଳ ପହଞ୍ଚିପାରେ ବୋଲି ପୂର୍ବରୁ ଭାରତ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ସାଧାରଣତଃ ମୌସମୀ ଜୁନରେ କେରଳରେ ପହଞ୍ଚି ଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଯଦି ମୌସୁମୀ ୨୭ ମେ’ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ । ୨୦୦୯ରେ ମୌସୁମୀ ୨୩ ମେ’ରେ କେରଳରେ ପହଞ୍ଚିଥିଲା।

ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ ୧ରେ କେରଳରେ ପହଞ୍ଚିବା ପରେ ସାରା ଭାରତରେ ବର୍ଷା ହୋଇଯାଇଥାଏ। ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବରରେ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ମୌସୁମୀ ଫେରିଯାଇ ବୋଲି ଆକଳନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri