ଜାତୀୟ ରାଜପଥରେ ମରଣାନ୍ତକ ଆକ୍ରମଣ କରି ଲୁଟ୍‌: ୨ ଗୁରୁତର

ଅତାବିରା, ୧୩।୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅଞ୍ଚଳରେ କିଛି ଦିନ ହେଲା ଅପରାଧ ବଢ଼ିବାରେ ଲାଗିଛି l ୨ ଦିନ ହେବ ସ୍ଥାନୀୟ ଥାନା ଅନ୍ତର୍ଗତ ସରଣ୍ଡା ମହାପାତ୍ର ପଡ଼ା ଗ୍ରାମବାସୀ ଅସାମାଜିକ କାର୍ଯ୍ୟ କଳାପ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବ୍ୟାଘାତ ହେଉଥିବା ନେଇ ଥାନାରେ ଲିଖିତ ଭାବେ ଜଣାଇଦେଇଥିଲେ l ପୋଲିସ ସରଣ୍ଡାରେ ପହଞ୍ଚି ତଦନ୍ତ କରିଥିଲେ l ତେବେ ବରଗଡ଼-ସମ୍ବଲପୁର ୫୩ ନମ୍ବର ଜାତୀୟ ରାଜପଥର ସରଣ୍ଡା ଶଂଖୋଳିଆ ରାଇସ ମିଲ ପାଖରେ ଅତାବିରାର ୨ ଜଣଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ ହୋଇଥିବା ଖବର ଆସିଛି l

ଘଟଣାରୁ ପ୍ରାପ୍ତ ଖବର ଅନୁସାରେ, ଅତାବିରାରେ ଏକ କପଡ଼ା ଦୋକାନ ଦେଇଥିବା ଶୁଭମ ଗୁପ୍ତା ଓ ତାଙ୍କ ସହକାରୀ ରୋହିତ କୁମାର ସୋମବାର ରାତ୍ରିରେ ଦୋକାନ ବନ୍ଦ କରି ସରଣ୍ଡାର ଏକ ଢ଼ାବାକୁ ରାତ୍ରି ଭୋଜନ ପାଇଁ ଯାଉଥିଲେ l ରାତ୍ରି ପ୍ରାୟ ୧୦ଟା ସମୟରେ ଜାତୀୟ ରାଜପଥ ଉପରେ ସେମାନେ ଲୁଟ ସହ ଆକ୍ରମଣର ଶିକାର ହୋଇଥିଲେ l ସେମାନଙ୍କୁ ଦଳବଦ୍ଧ ଭାବେ ଦୁର୍ବୃତ୍ତମାନେ ଆକ୍ରମଣ କରିବା ଫଳରେ ୨ ଜଣଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତାକ୍ତ ହୋଇଛି l କୌଣସି ପ୍ରକାରେ ସେମାନେ ଦୁର୍ବୁତ୍ତମାନଙ୍କଠାରୁ ମୁକୁଳି ଅତାବିରାର ସମ୍ପର୍କୀୟ କଳ୍ପେଶ ପଟେଲଙ୍କୁ ଫୋନ କରି ଜଣାଇଥିଲେ l ତୁରନ୍ତ କଳ୍ପେଶଙ୍କ ସହ ବିନୟ କୁମାର ଦାଶ, ଆଦର୍ଶ ପଣ୍ଡା ଏବଂ ଅନ୍ୟମାନେ ଆହତଙ୍କ ପାଖକୁ ପହଞ୍ଚି ଅତାବିରା ଡାକ୍ତରଖାନା ଆଣି ଥିଲେ l ଏବଂ ଅତାବିରା ପୋଲିସକୁ ଫୋନ କରି ଜଣାଇଥିଲେ l ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଅତାବିରାରୁ ବରଗଡର ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ l ସେଠାରୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିଲା l ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ବୁର୍ଲାରୁ ପୁଣି ଆଜି ମଙ୍ଗଳବାର ସକାଳୁ ଛତିଶଗଡ ରାଜ୍ୟ ରାୟପୁରସ୍ଥିତ ଏକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri