ବୋଦା ଭୋଜି ଖାଇବାକୁ ଯାଉଥିଲେ, ଓଲଟିଲା ପିକଅପ୍‌ ଭ୍ୟାନ: ୨ ମୃତ, ୧୫ ଆହତ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଭଞ୍ଜନଗର ମୁଖ୍ୟ ରାସ୍ତାର କୁଲାଙ୍ଗି ଗ୍ରାମ ନିକଟରେ ମଙ୍ଗଳବାର ଏକ କଲଭର୍ଟକୁ ଏକ ପିକଅପ ଭ୍ୟାନ ଗାଡି ଧକ୍କା ଲଗାଇ ଓଲଟି ପଡିଥିଲା। ଫଳରେ ଗାଡିରେ ବୋଦା ଭୋଜି ଖାଇବାକୁ ଯାଉଥିବା ୧୭ରୁ ଉଦ୍ଧର୍‌ବ ଯାତ୍ରୀ ଆହତ ହୋଇଥିଲେ। ସୋରଡ଼ା ନିକଟସ୍ଥ ବାଘଲିଙ୍ଗିରୁ ସାନବୋରସିଙ୍ଗି ଗାଡିଟି ଆସୁଥିଲା।

ଖବର ପାଇ ଭଞ୍ଜନଗର ଆର୍‌ଟିଓ (ଆଞ୍ଚଳିକ ପରିବହନ ଅଧିକାରୀ) ଶୁଭେନ୍ଦୁ ରଞ୍ଜନ ରାୟ ତୁରନ୍ତ ଆମ୍ବୁଲାନ୍ସ ଧରି ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ଆହତ ମାନକୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଅଣାଯାଇଥିଲା। ଏଠାରେ ଡାକ୍ତର ବାଦଲ ଗୌଡ(୧୫) ଓ ଚନ୍ଦ୍ରମା ଗୌଡ (୨୭)ଙ୍କୁ ମୃତ ଘୋଷଣା କରିଥିଲେ। ଆଉ ୪ ଜଣ ଗୁରୁତର ଭାବେ ଆହତ ହୋଇଥିବା ବେଳେ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ଅନ୍ୟ ଆହତମାନେ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି।

ଘଟଣାରୁ ପ୍ରକାଶ ଯେ, ସୋରଡ଼ା ଆଡୁ ଆଜି ସକାଳ ପ୍ରାୟ ୧୦ଟା ସମୟରେ ଏକ ପିକଅପ ଭ୍ୟାନ ଗାଡିରେ ୧୭ରୁ ଉଦ୍ଧର୍‌ବ ଲୋକ ବସି ବଡ଼ବୋରସୀଙ୍ଗି ଅଭିମୁଖେ ବଳି ବୋଦା ଭୋଜି ଖାଇବାକୁ ଆସୁଥିଲେ। ଦ୍ରୁତ ଗତିରେ ଆସୁଥିବା ଗାଡ଼ିଟି ହଠାତ୍‌ ଏକ କଲଭର୍ଟକୁ ଧକ୍କା ହୋଇ ଓଲଟି ପଡିଥିଲା। ଫଳରେ ବୋଦା ଭୋଜି ଦୁଇଜଣଙ୍କ ପାଇଁ ଶେଷ ଯାତ୍ରା ହୋଇପଡିଛି। ଏହି ଘଟଣାକୁ ନେଇ ସଂମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri