ମୁହଁ ମୋଡି ଚାଲିଯାଉଛନ୍ତି ପର୍ଯ୍ୟଟକ

ନୂଆପଡ଼ା,୧୨ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ସୁନାବେଡା ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ ଭରୁଆମୁଣ୍ଡା ପଞ୍ଚାୟତ ଲୋଡ୍ରା ଗାଁଠାରେ ଥିବା ଗୋଧସ ଜଳ ପ୍ରପାତରେ ସୋମବାର ବୈଶାଖ ମେଳା ଉଦ୍‌ଯାପିତ ହୋଇଯାଇଛି। ପ୍ରତି ବର୍ଷ ଭଳି ବୁଦ୍ଧ ପୂର୍ଣ୍ଣିମାରେ ଗୋଧସ ଜଳ ପ୍ରପାତ ପାଦଦେଶରେ ଥିବା ଶିବ ମନ୍ଦିରଠାରେ ବୈଶାଖ ମେଳା ଅନୁଷ୍ଠିତ ହୋଇଯାଇଛି। ଗୋଧସ ଛତିଶଗଡ ସୀମାନ୍ତ ସୁନାବେଡା ଅଭୟାରଣ୍ୟ ଭିତରେ ଥିବାରୁ ଛତିଶଗଡ ସହ ନୂଆପଡା ଜିଲାର ଲୋକଙ୍କ ସମାଗମ ହୋଇଥାଏ। ଲୋକେ ଜଳ ପ୍ରପାତରେ ସ୍ନାନ ସାରି ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିଥାନ୍ତି। ସେଠାରେ ପ୍ରାକୃତିକ ପରିବେଶର ମଜା ନେଇ ପ୍ରସାଦ ସେବନ କରିଥାନ୍ତି। ଧରମବନ୍ଧା, ଚୂଳାଭାଟ, ଭରୁଆମୁଣ୍ଡା, ଆମାନାରା ଆଦି ପଞ୍ଚାୟତର ସରପଞ୍ଚମାନେ ଭକ୍ତମାନଙ୍କ ପାଇଁ ଭୋଜନ ବ୍ୟବସ୍ଥା କରନ୍ତି। ଚଳିତ ବର୍ଷ ସଦର ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ ଯୋଗଦେଇ ଆୟୋଜକଙ୍କୁ ଉତ୍ସାହିତ କରିଥିଲେ। ଏହି ଜଳ ପ୍ରପାତକୁ ପ୍ରତି ଦିନ ସହସ୍ରାଧିକ ପର୍ଯ୍ୟଟକ ଆସିଥାନ୍ତି।ହେଲେ ଆବଶ୍ୟକ ସୁବିଧା ନ ଥିବାରୁ ଲୋକେ ଜଳ ପ୍ରପାତରେ ଗାଧୋଇ ପ୍ରାକୃତିକ ଶୋଭାରାଜିକୁ ଦେଖି ମୁହଁ ମୋଡି ଚାଲିଯାଉଛନ୍ତି। ସ୍ଥାନୀୟ ଜଳପ୍ରତିନିଧି କିମ୍ବା ପ୍ରଶାସନ ପକ୍ଷରୁ ଏ ଦିଗରେ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri