Posted inRasifala

ରାଶିଫଳ: ବୁଧବାର, ମେ ୧୪ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। କୃତ୍ତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ସାମାଜିକ ସ୍ତରରେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ରୋହିଣୀ ନକ୍ଷତ୍ରର ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ବିଭିନ୍ନ ସମସ୍ୟା ମଧ୍ୟରେ ମନରେ ସବୁବେଳେ ଟେନ୍ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢ଼ାଇ ଦେବ।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ଋଣ ପରିଶୋଧ ସକାଶେ ବ୍ୟଗ୍ରତା ପ୍ରକାଶ ପାଇବ। ଜଣେ ବନ୍ଧୁ ଆଜି ମାର୍ଗଦର୍ଶକ ସାଜି ପାରନ୍ତି। କର୍ମକ୍ଷେତ୍ରରେ, ବ୍ୟବସାୟରେ,ପାରିବାରିକ ସମସ୍ୟା ସମାଧାନରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହେବ। ସାଧାରଣ କଥାକୁ ବଡ଼ କରି ସହକର୍ମୀ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଅଶ୍ଳେଷା ନକ୍ଷତ୍ରର ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ କର୍ମକ୍ଷେତ୍ରରେ ସାହାଯ୍ୟ କରିବ।
ସି˚ହ
ସି˚ହ
ସମସ୍ୟା ଲାଗି ରହିଥିଲେ ମଧ୍ୟ ମନରେ ସାହସ ବାନ୍ଧି କାମ ଆରମ୍ଭ କରିପାରିଲେ ସଫଳତା ପାଇବେ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ତଥାପି ଏକା ସଙ୍ଗରେ ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ଅର୍ଥ ଲାଭ ଖୋଜୁଥିବା ସଙ୍ଗକୁ ଜିନିଷ ହଠାତ୍‌ ପାଇଯିବେ।
କନ୍ୟା
ଅଫିସରେ ମତାନ୍ତରରୁ ବିତର୍କ ଆଶଙ୍କା ରହିଛି। ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିବେ। ବିବାଦ ଓ ପରିବହନରେ କଳହ ପ୍ରଭୃତି ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଚିତ୍ରା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣାଜନିତ ଅଶାନ୍ତି ସୃଷ୍ଟି ହୋଇପାରେ।
ତୁଳା
ତୁଳା
ଅଧିକାଂଶ ସମୟ ମନ ଅସ୍ଥିର ରହିବାରୁ ପରିବାର ଭିତରେ ସାଧାରଣ କଥାରୁ ଝଡ଼ ଉଠିପାରେ। ବିଶାଖା ନକ୍ଷତ୍ର କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଆଜି ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି। କିନ୍ତୁ ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ। ଅନୁରାଧା ନକ୍ଷତ୍ର ବକେୟା ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହୋଇପାରନ୍ତି। ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଅଘାତ ଦେଇପାରେ। ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସୀ ରହିବେ।
ମକର
ମକର
ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟରୁ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। ବନ୍ଧୁଙ୍କ ଜରିଆରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଧନିଷ୍ଠା ନକ୍ଷତ୍ର ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଶତଭିଷା ନକ୍ଷତ୍ରର ଆଜି ରପ୍ତାନି ବାଣିଜ୍ୟ, ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ।
ମୀନମୀନ

ଆଜିର କର୍ମକ୍ଷେତ୍ରରେ ସହକର୍ମୀଟି ସହ ବିବାଦ ବୃଦ୍ଧି ହୋଇପାରେ। ଉତ୍ତରାଭାଦ୍ର ନକ୍ଷତ୍ର ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ଆଶାଜନକ ସୁଫଳ ପାଇବେ। ରାଜନୀତି, ସଂଗଠନ, ଲେଖାପଢ଼ା ଓ ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri