ଜୁଲାଇ ୨୧ରୁ ନୂଆ ସଫ୍ଟୱେର: ୧୧୧ ପୋଷ୍ଟ ମାଷ୍ଟରଙ୍କୁ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ): କେନ୍ଦ୍ରସରକାର ଡାକ ବିଭାଗକୁ ଆଧୁନିକୀକରଣ କରୁଛନ୍ତି। ତେଣୁ ଆସନ୍ତା ଜୁଲାଇ ୨୧ ତାରିଖରୁ ରାଜ୍ୟର ସମସ୍ତ ଡାକ ଘରେ ଆଇଟି ୨.୦ ନୂଆ ସଫ୍ଟୱେର ବ୍ୟବହାର ହେବ । ଫଳରେ କର୍ମଚାରୀମାନେ ଏଣିକି ଗୋଟିଏ ସଫ୍ଟୱେରରେ ହିଁ ସମସ୍ତ ସୁବିଧା ପାଇବେ। ପୁର୍ବରୁ ୫ଟା ଲେଖାଏ ସଫ୍ଟୱେର ବ୍ୟବହାର ହେଉଥିଲା। ଫଳରେ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନେକ ସମସ୍ୟାର ସମ୍ମୁଖିନ ହେଉଥିଲେ। ଜୁଲାଇ ୨୧ ପରେ ଏହି ସମସ୍ୟା ଆଉ ରହିବ ନାହିଁ। ତେଣୁ ଆସିକା ଡାକ ମଣ୍ଡଳ ପକ୍ଷରୁ ମଙ୍ଗଳବାରଠାରୁ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୩୦ ଦିନବ୍ୟାପୀ ହେବାକୁ ଥିବା ପୋଷ୍ଟ ମାଷ୍ଟର ଏବଂ ସହକାରୀ ପୋଷ୍ଟ ମାଷ୍ଟର ତାଲିମ ଉଦ୍‌ଘାଟିତ ହୋଇଯାଇଛି। ୧୧୧ ଜଣ ଅଧିକାରୀ ୫ଟି ପର୍ଯ୍ୟାୟରେ ତାଲିମ ନେବେ। ତାଲିମଦାତା ଭାବେ ରବି ନାରାୟଣ ଚୌଧୁରୀ ଏବଂ ପ୍ରଭାତ କୁମାର ପ୍ରଧାନ ଯୋଗଦେଇ ଅନ୍ୟ ଅଧିକାରୀ ମାନକୁ ନୂତନ ଜ୍ଞାନ କୌଶଳ ଉପରେ ତାଲିମ ପ୍ରଦାନ କରୁଛନ୍ତି। ପୋଷ୍ଟ ମାଷ୍ଟରମାନଙ୍କୁ କମ୍ପ୍ୟୁଟର କିଭଳି ବ୍ୟବହାର କରିବେ ସେନେଇ ତାଲିମ ପ୍ରଦାନ କରାଯାଉଛି। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଡାକ ବିଭାଗ କର୍ମଚାରୀ ଏବଂ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ କର୍ମଚାରୀ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!

ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍‌କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା...

ବାଂଲାଦେଶ ହିଂସାରେ ଖବରଦାତାଙ୍କ ମୃତ୍ୟୁ, ୪ ପୋଲିସ କର୍ମଚାରୀ ଆହତ: ଆଡଭାଇଜରୀ ଜାରି କଲା ଭାରତ

ଢାକା,୧୯।୧୨: ଡିସେମ୍ବର ୧୯ ତାରିଖରେ ଛାତ୍ର ବିଦ୍ରୋହ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ, ବାଂଲାଦେଶରେ ବ୍ୟାପକ ବିରୋଧ ପ୍ରଦର୍ଶନ ହୋଇଛି। ଢାକାରେ ଜନସାଧାରଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri