ବୋଉ ଫୋନ୍‌ କରି କହିଲା…‘ହସ୍ପିଟାଲରେ ଆଖି ବୁଜି ଦେଲେ ତୋ ସ୍ତ୍ରୀ ଆଉ ପୁଅ’

ଦିଗପହଣ୍ଡି,୧୩। ୫(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ ତାଙ୍କ ନବଜାତ ଶିଶୁପୁତ୍ର ମୃତ୍ୟୁବରଣ ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ମୃତକଜଣଙ୍କ ହେଲେ ସାନଖେମୁଣ୍ଡି ବ୍ଲକ କରାଖଣ୍ଡି ଗ୍ରାମର ରୋଜି ନାୟକ।

ସୂଚନାନୁଯାୟୀ, ଡେଙ୍ଗାଓସ୍ତା ଗ୍ରାମ ନିକଟ ସିଙ୍ଗପୁରର ରୋଜି ପ୍ରାୟ ବର୍ଷକ ପୂର୍ବେ କରାଖଣ୍ଡି ଗ୍ରାମର ବାବୁ ନାୟକଙ୍କୁ ବିବାହ କରିଥିଲେ। ବାବୁ ଗୁଜୁରାଟର ଏକ ଘରୋଇ କମ୍ପାନୀରେ କାମ କରନ୍ତି। ରୋଜି ଗର୍ଭବତୀ ହେବାପରେ ସିଙ୍ଗପୁର ଗ୍ରାମର ବାପଘରେ ରହୁଥିଲେ। ସେ ପ୍ରାୟ ୯ ମାସର ଗର୍ଭବତୀ ଥିଲେ। ରବିବାର ମଧ୍ୟାହ୍ନରେ ପେଟରେ ଯନ୍ତ୍ରଣା ହେବାରୁ ବାପଘର ଲୋକେ ତାଙ୍କୁ ଉକ୍ତ ନର୍ସିଂହୋମ ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଆଲଟ୍ରାସାଉଣ୍ଡ କରାଯାଇଥିଲା। ପରେ ତାଙ୍କ ଅଧିକ ପ୍ରସବ ବେଦନା ହେବାରୁ ଉପସ୍ଥିତ ନର୍ସିଂହୋମ କର୍ମଚାରୀ ବୃନ୍ଦ ତାଙ୍କ ପ୍ରସବ କରାଇବା ପାଇଁ ରୋଜିଙ୍କ ପରିବାର ଲୋକଙ୍କୁ କହିଥିଲେ। ସେଠାରେ ତାଙ୍କ ପ୍ରସବ କରାଯାଇଥିଲା। ଏକ ମୃତ ଶିଶୁପୁତ୍ର ଜନ୍ମ ହେବାପରେ ରାତି ପ୍ରାୟ ୧୦ଟାରେ ରୋଜିଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ସେଠାରେ ତାଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ନର୍ସିଂହୋମ କର୍ତ୍ତୃପକ୍ଷ ରୋଜିଙ୍କ ପରିବାରଲୋକଙ୍କୁ ନ ଜଣାଇ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଦର୍ଶାଇ ୧୦୨ ଆମ୍ବୁଲାନ୍ସ ଡ଼କାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ। ପରେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ତାଙ୍କୁ କରାଖଣ୍ଡି ଗ୍ରାମକୁ ନିଆଯାଇ ସୋମବାର ଗାଁ ଶ୍ମଶାନ ରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡିଛି। ଘଟଣା ପରଠାରୁ ନର୍ସିଂହୋମ ବନ୍ଦ ରହିଛି। ଖବରପାଇ ରୋଜି ଙ୍କ ସ୍ବାମୀ ବାବୁ ଘରେ ପହଞ୍ଚିଥିଲେ। ସ୍ତ୍ରୀ ଙ୍କ ମୃତ୍ୟୁ ରେ ସେ ଗଭୀର ମର୍ମାହତ ହୋଇପଡ଼ିଥିଲେ। ତାଙ୍କ ମା’ ତାଙ୍କୁ ଫୋନ୍‌ କରି ସ୍ତ୍ରୀ ଏବଂ ପୁଅ ମୃତ୍ୟୁ ନେଇ ଜଣାଇଥିବା ସେ କହିଥିଲେ। ନର୍ସିଂହୋମରେ କୌଣସି ଡାକ୍ତରଙ୍କ ଅନୁପସ୍ଥିତିରେ ଅନଭିଜ୍ଞ କର୍ମଚାରୀଙ୍କ ଦାରା ତାଙ୍କ ସ୍ତ୍ରୀଙ୍କ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର କରାଯାଇଥିବା କାରଣରୁ ତାଙ୍କ ମୃତ୍ୟୁ ଘଟିଥିବା ସେ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ ସେ ଦାବି କରିଛନ୍ତି।

ଅପରପକ୍ଷରେ ନର୍ସିଂହୋମ ପରିଚାଳକ ମଙ୍ଗୁଳୁ ପ୍ରଧାନଙ୍କୁ ଯୋଗାଯୋଗ କରିବାରୁ ଏଭଳି ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ଗର୍ଭବତୀ ରୋଜିଙ୍କୁ ପରିବାର ଲୋକେ ନର୍ସିଂହୋମ କୁ ଆଣିଥିଲେ। ତାଙ୍କ ଅଲଟ୍ରା ସାଉଣ୍ଡ କରାଯିବା ପରେ ପ୍ରସବ ବେଦନା ବଢିଥିଲା। ତାଙ୍କୁ କୌଣସି ସରକାରୀ ଡାକ୍ତରଖାନାକୁ ନେବାପାଇଁ ପରିବାରଲୋକଙ୍କୁ ପରାମର୍ଶ ଦିଆଯାଇଥିଲା। କିନ୍ତୁ ସେମାନେ ନେଇ ନ ଥିଲେ। ପରେ ତାଙ୍କର ଏକ ମୃତ ଶିଶୁ ପୁତ୍ର ଜନ୍ମ ହୋଇଥିଲା।ତାଙ୍କ ଅବସ୍ଥାରେ ସୁଧାର ନ ଆସିବାରୁ ପରିବାରଲୋକେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ବୋଲି କହିଛନ୍ତି। ଏନେଇ ଦିଗପହଣ୍ଡି ଥାନା ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ରଙ୍କୁ ପଚାରିବାରୁ ମଙ୍ଗଳବାର ସା ସୁଦ୍ଧା ଏନେଇ ଥାନାରେ କୌଣସି ଏତଲା ନ ଥିବା କହିଛନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟଧିକାରୀ ଡ଼ା.ଭବାନୀ ଶଙ୍କର ମିଶ୍ରସ୍‌ଙ୍କୁ ଯୋଗାଯୋଗ କରିବାରେ ଘଟଣାର ତଦନ୍ତ ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଡିପିଏମ୍‌ ବୁଲୁନାଥ ସାହୁଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri