Posted inଜାତୀୟ

କର୍ଣ୍ଣେଲ ସୋଫିଆ କ୍ୟୁରେଶିଙ୍କ ବିରୋଧରେ ବିବାଦୀୟ ବୟାନ ଦେଇ ଫସିଲେ ଭାଜପା ମନ୍ତ୍ରୀ, FIR ରୁଜୁ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରଦେଶର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଜୟ ଶାହା କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କ ଉପରେ ଏକ ବୟାନ ଦେଇ ବିବାଦରେ ଛନ୍ଦି ହୋଇଛନ୍ତି। ବିଭିନ୍ନ ମହଲରେ ତାଙ୍କୁ ସମାଲୋଚନା କରାଯାଉଥିବା ବେଳେ ମଧ୍ୟପ୍ରଦେଶ ହାଇକୋର୍ଟ ତାଙ୍କ ବୟାନର ସ୍ବତଃ ତଦନ୍ତ କରିଛନ୍ତି। କୋର୍ଟ ବିଜୟ ଶାହାଙ୍କ ବିରୋଧରେ ଏଫ୍‌ଆଇଆର୍‌ ପଞ୍ଜିକରଣ କରିବାକୁ ମଧ୍ୟପ୍ରଦେଶର ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ଅତୁଲ ଶ୍ରୀଧରଙ୍କ ଡିଭିଜନ ବେଞ୍ଚ ଚାରି ଘଣ୍ଟା ମଧ୍ୟରେ ମନ୍ତ୍ରୀଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଗୁରୁବାର ସକାଳେ କରାଯିବ। ଯେକୌଣସି ପରିସ୍ଥିତିରେ FIR ପଞ୍ଜିକୃତ ହେବା ଉଚିତ। ଏନେଇ କୋର୍ଟ ଆଡଭୋକେଟ ଜେନେରାଲ ପ୍ରଶାନ୍ତ ସିଂଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କ ବିଷୟରେ ଦେଇଥିବା ବିବାଦୀୟ ବୟାନ ପାଇଁ ମନ୍ତ୍ରୀ ବିଜୟ ଶାହ କ୍ଷମା ମାଗିଛନ୍ତି। କିନ୍ତୁ ସମାଲୋଚନା ଥମିବାର ନାଁ ନେଉନାହିଁ। ଏହି ପ୍ରସଙ୍ଗରେ କଂଗ୍ରେସ ତୀବ୍ର ପ୍ରତିବାଦ କରୁଛି। ଏପରିକି ତାଙ୍କ ବିରୋଧରେ ଦେଶଦ୍ରୋହର ମାମଲା ରୁଜୁ ହେବା ଉଚିତ ବୋଲି କଂଗ୍ରେସ କହିଛି।

କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କ ଉପରେ ମନ୍ତ୍ରୀଙ୍କ ବିବାଦୀୟ ବୟାନ ସମ୍ପର୍କରେ ଭାଜପା ରାଜ୍ୟ ସଭାପତି ଭିଡି ଶର୍ମା କହିଛନ୍ତି ଯେ ଭାଜପା ନେତୃତ୍ୱ ସମ୍ବେଦନଶୀଳ। ଏହି ପ୍ରସଙ୍ଗରେ ଏକ ଦୃଢ଼ ବାର୍ତ୍ତା ଦିଆଯାଇଛି। ଏକ ଚେତାବନୀ ମଧ୍ୟ ଦିଆଯାଇଛି। ଭାଜପା ଏପରି ବୟାନକୁ ଅନୁମତି ଦିଏ ନାହିଁ। କଂଗ୍ରେସ କ’ଣ କରେ ଏବଂ କ’ଣ କୁହେ? ମୋତେ ଏ ବିଷୟରେ କହିବାର ଆବଶ୍ୟକତା ନାହିଁ। କର୍ଣ୍ଣେଲ ସୋଫିଆ ସାରା ଦେଶର ଝିଅ।

ପ୍ରକାଶ ଯେ, ମନ୍ତ୍ରୀ ବିଜୟ ଶାହା ଏକ କାର୍ଯ୍ୟକ୍ରମରେ କହିଥିଲେ ଯେ ଯେଉଁମାନେ ଆମ ଝିଅମାନଙ୍କର ସିନ୍ଦୁର ପୋଛିଥିଲେ, ଆମେ ସେମାନଙ୍କ ଭଉଣୀମାନଙ୍କୁ ସେମାନଙ୍କ ପାଖକୁ ପଠାଇ ଜବାବ ଦେଇଥିଲୁ। ତାଙ୍କ ମୁହଁରୁ ଏହି ଶବ୍ଦଗୁଡ଼ିକ ବାହାରିବା ମାତ୍ରେ ସେଠାରେ ହଙ୍ଗାମା ହୋଇଥିଲା। ମନ୍ତ୍ରୀ ଅଟକି ଯାଇ ପରେ କହିଥିଲେ ଯେ କର୍ଣ୍ଣେଲ ସୋଫିଆ ଜଣେ ପ୍ରକୃତ ଭଉଣୀ ଅପେକ୍ଷା ଅଧିକ ସମ୍ମାନିତ। ମୁଁ ତାଙ୍କୁ ପ୍ରଣାମ କରୁଛି। ଯଦି ମୋର ବକ୍ତବ୍ୟ ଦ୍ୱାରା କାହାକୁ ଆଘାତ ଲାଗିଛି, ତେବେ ମୁଁ ୧୦ ଥର କ୍ଷମା ମାଗିବାକୁ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri