୯୭ କୋଟି ଅନୁମୋଦନ କଲେ ରାଜ୍ୟ ସରକାର, ଏହି ଜିଲାରେ ନିର୍ମାଣ ହେବ ବ୍ୟାରେଜ

ଭୁବନେଶ୍ୱର,୧୪।୫: ଓଡ଼ିଶା ସରକାର ରାଜ୍ୟରେ ଜଳସେଚନ ତଥା ଶିଳ୍ପ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀମଣ୍ଡଳୀ ବୈଠକରେ ମୟୂରଭଞ୍ଜ ଜିଲାର ଜଶୀପୁର ବ୍ଲକର ଅଁଳାବେଣୀ ଗ୍ରାମରେ ଖଇରିବନ୍ଧନ ନଦୀ ଉପରେ ଖଇରିବନ୍ଧନ ବ୍ୟାରେଜ୍ ପ୍ରକଳ୍ପ ନିର୍ମାଣକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ପଛୁଆ, ଦୁର୍ବଳ ଏବଂ ଆଦିବାସୀ ଗୋଷ୍ଠୀ ବାସ କରୁଥିବା ଏହି ଦୀର୍ଘକାଳୀନ ମରୁଡ଼ି ପ୍ରବଣ ଅଞ୍ଚଳରେ ଖରିଫ ଜଳସେଚନ ସୁନିଶ୍ଚତ କରିବା ଏହି ପ୍ରସ୍ତାବର ମୂଳ ଉଦ୍ଦେଶ୍ୟ।

ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ନିମିତ୍ତ ୯୭,୬୭,୯୮,୭୫୫/- (ସତାନବେ କୋଟି ସତଷଠି ଲକ୍ଷ ଅଠାନବେ ହଜାର ର ସାତଶହ ପଞ୍ଚାବନ) ଟଙ୍କାର ଟେଣ୍ଡରକୁ ଆଜି ରାଜ୍ୟ କ୍ୟାବିନେଟ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରକଳ୍ପଟିକୁ ତିରିଶ (୩୦) ମାସ ମଧ୍ଯରେ ସମ୍ପୂର୍ଣ୍ଣ କରିବାର ଲକ୍ଷ୍ୟ ରଖାଯାଇଛି।

ଏହି ପ୍ରକଳ୍ପ ଦ୍ବାରା ମୟୂରଭଞ୍ଜ ଜିଲାର ଜଶୀପୁର, ରାରୁଆଁ ଏବଂ ସୁକୃଳି ବ୍ଲକର ୪୭ ଟି ଗ୍ରାମର ୬୯୫୦ ହେକ୍ଟର ଚାଷଜମିକୁ ଭୂତଳ ପାଇପଲାଇନ ଜଳବଣ୍ଟନ ବ୍ୟବସ୍ଥା (UGPL) ମାଧ୍ଯମରେ ଖରିଫ ଜଳସେଚନ ସୁବିଧା ଯୋଗାଇ ଦିଆଯିବ । ଏତଦବ୍ୟତୀତ ଏହି ପ୍ରକଳ୍ପ ୩୫,୦୦୦ ଅଧିକ ଜନସଂଖ୍ୟାକୁ ପାନୀୟ ଜଳ ସୁବିଧା ଯୋଗାଇବା ସହିତ ଘରୋଇ ଶୁପାଳନ ତଥା ମତ୍ସ୍ୟ ଚାଷର ଚାହିଦାକୁ ମଧ୍ଯ ପୂରଣ କରିବ ।

ପ୍ରକଳ୍ପଟି ସମ୍ପୂର୍ଣ ହେବା ଦ୍ବାରା ଭୂତଳ ଜଳ ସ୍ତରର ବୃଦ୍ଧି ଏବଂ ସ୍ଥାୟୀ ଖାଦ୍ୟ ଉତ୍ପାଦନ ସୁନିଶ୍ଚିତ କରିବା ସହିତ ଜୀବିକା ନିର୍ବାହ ନିମନ୍ତେ କୃଷି ଉପରେ ନିର୍ଭରଶୀଳ ସାମାଜିକ ଓ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri