Posted inଜାତୀୟ

‘ଅପରେଶନ ସିନ୍ଦୂର’ ଆତଙ୍କବାଦ ବିରୋଧରେ ସବୁଠାରୁ ବଡ଼ ଆକ୍ସନ

ଶ୍ରୀନଗର,୧୫ା୫: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ଜମ୍ମୁ-କଶ୍ମୀରରେ ପହଞ୍ଚିଛନ୍ତି। ସେ ‘ଅପରେଶନ ସିନ୍ଦୂର’ ପରେ ପ୍ରଥମଥର ଏଠାରେ ସେନା କର୍ମଚାରୀଙ୍କୁ ଭେଟିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ଏଠାରେ ପହଞ୍ଚି ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ ସେନା କର୍ମଚାରୀଙ୍କୁ କହିଛନ୍ତି, ‘ଅପରେଶନ ସିନ୍ଦୂର’ରେ ଆପଣ ଯାହା କଲେ ପୂରା ଦେଶବାସୀ ଗର୍ବିତ। ଜଣେ ନାଗରିକ ହିସାବରେ ମୁଁ ଆପଣମାନଙ୍କୁ କୃତଜ୍ଞତା ଜଣାଉଛି। ପାକିସ୍ତାନ ବଙ୍କରକୁ ଆପଣ ଯେଭଳି ଧ୍ବଂସ କଲେ ସେ ଭୁଲି ପାରିବନି। ମୁଁ ଦେଶବାସୀଙ୍କ ସନ୍ଦେଶ ନେଇ ଆପଣଙ୍କ ପାଖକୁ ଆସିଛି। ସନ୍ଦେଶ ହେଉଛି, ଦେଶବାସୀ ଆପଣଙ୍କ ଉପରେ ଗର୍ବିତ। ଅପରେଶନ ସିନ୍ଦୂର ଆତଙ୍କବାଦ ବିରୋଧରେ ସବୁଠୁ ବଡ଼ ଆକ୍ସନ। ଭାରତ ପୂରା ବିଶ୍ବକୁ ଏହି ବାର୍ତ୍ତା ଦେଇଛ କି ଆତଙ୍କବାଦକୁ କେବେ ବରଦାସ୍ତ କରାଯିବନି। ଭାରତ ବିରୋଧରେ ଷଡ଼ଯନ୍ତ୍ର ବନ୍ଦ କରୁ ପାକିସ୍ତାନ। ପାକିସ୍ତାନ ନିଜ ମାଟିରେ ଆତଙ୍କବାଦୀଙ୍କୁ ନ ପୋଷୁ। ପାକିସ୍ତାନ ହାତରେ ପରମାଣୁ ରହିବା ସୁରକ୍ଷିତ କି?।

ଆତଙ୍କବାଦ ଓ କଥାବାର୍ତ୍ତା ଏକସଙ୍ଗେ ଚାଲିବନି ବୋଲି ପୂର୍ବରୁ ପ୍ରଧାନମନ୍ତ୍ରୀ ବି ସ୍ପଷ୍ଟ କରିଛନ୍ତି। ଯଦି କଥାବାର୍ତ୍ତା ହେବ କେବଳ POKକୁ ନେଇ। ଆମେ ପାକିସ୍ତାନର ପରମାଣୁ ବ୍ଲାକମେଲିଂକୁ ସହ୍ୟ କରିପାରିଲୁନି। ପହଲଗାମରେ ଆତଙ୍କୀମାନେ ଧର୍ମ ପଚାରି ନିର୍ଦ୍ଦୋଷଙ୍କୁ ମାରିଲେ। ଆଉ ଆପଣମାନେ ଏହାର କଡ଼ା ଜବାବ ଦେଲେ। କିନ୍ତୁ ଆମେ କର୍ମ ଦେଖି ସେମାନଙ୍କ ବିନାଶ କରିଛୁ। ପାକିସ୍ତାନ IMF ପାଖରୁ ଋଣ ଆଣୁଛି, ଆମେ ଅନ୍ୟ ଦେଶକୁ ଫଣ୍ଡ ଦେଉଛୁ ବୋଲି ରାଜନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri