୨୦ରୁ ରବି ଧାନ ପାଇଁ ଖୋଲିବ ମଣ୍ଡି

ଭବାନୀପାଟଣା,୧୫ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଆସନ୍ତା ୨୦ ତାରିଖରୁ ରବି (ଡାଳୁଅ) ଧାନ ପାଇଁ ମଣ୍ଡି ଖୋଲିବ। ଏହା ପୂର୍ବରୁ ଗୁରୁବାର ସାରେ ଜିଲାପାଳ ପାୱାର ସଚିନ ପ୍ରକାଶ ଭବାନୀପାଟଣାସ୍ଥିତ ଟାଉନ ହଲଠାରେ ଏକ ଜରୁରୀ ବୈଠକ କରିଛନ୍ତି। ଏଥିରେ ଜିଲାର ସମସ୍ତ ତହସିଲଦାର, ବିଡ଼ିଓ, ଆର୍‌ଏମ୍‌ସି କର୍ମଚାରୀ, ପାକ୍ସ କର୍ମଚାରୀ ଓ ଯୋଗାଣ ବିଭାଗ କର୍ମଚାରୀ ସାମିଲ ହୋଇଥିଲେ। ବିଗତ ଦିନରେ ଧାନ କ୍ରୟରେ ଉପୁଜିଥିବା ସମସ୍ୟାର ଯେପରି ପୁନରାବୃତ୍ତି ନ ହେବ ଓ ପଡ଼ୋଶୀ ଛତିଶଗଡ଼ ରାଜ୍ୟର ଧାନ ଜିଲାରେ ଯେମିତି ବିକ୍ରି ନ ହେବ ସେଥିପ୍ରତି ସଜାଗ ରହିବାକୁ ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କୁ ଜିଲାପାଳ କହିଥିଲେ। ଏହାସହ ବାହାର ରାଜ୍ୟରୁ ଧାନ ଆସିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ।

ମେ ୨୦ରୁ ଜିଲାର ୧୪୫ ଧାନ ମଣ୍ଡିରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରାଯିବ। ମଣ୍ଡିରେ ଧାନ ବିକ୍ରୟ କରିବା ପାଇଁ ୪୮,୮୧୮ ଜଣ ଚାଷୀ ଅନ୍‌ଲାଇନ ମାଧ୍ୟମରେ ନାମ ପଞ୍ଜୀକରଣ କରିଛନ୍ତି। ୬୪ ପାକ୍ସ ଓ ୨୫ ସ୍ବୟଂ ସହାୟକ ଗୋଷ୍ଠୀର ମିଳିତ ସହଯୋଗରେ ଏହି ଧାନ ସଂଗ୍ରହ ପ୍ରକ୍ରିୟାକୁ ସୂଚାରୁ ରୂପେ ସମ୍ପାଦନ କରିବା ପାଇଁ ବ୍ୟବସ୍ଥା କରାଯାଇଛି।

ଜିଲାର ୮୮ ମିଲର୍ସ ରବିଧାନ ସଂଗ୍ରହ ପ୍ରକ୍ରିୟାରେ ଅଂଶଗ୍ରହଣ କରି ସମ୍ପୃକ୍ତ ମଣ୍ଡିରୁ ଚାଷୀଙ୍କ ଧାନ ଠିକ ସମୟରେ ଉଠାଣ ପାଇଁ ନିର୍ଦ୍ଧାରିତ କରାଯାଇଛି। ମିଲର୍ସ ଚାଷୀଙ୍କୁ ଆବଶ୍ୟକ ବ୍ୟାଗ ଯୋଗାଇଦେବା ପାଇଁ ବୈଠକରେ ସ୍ଥିର କରାଯାଇଥିଲା। ସାଧାରଣ ଏଫ୍‌ଏକ୍ୟୁ ଧାନ କୁଇଣ୍ଟାଲ ପିଛା ୨,୩୦୦ ଏବଂ ଗ୍ରେଡ ଏ’ ଏଫ୍‌ଏକ୍ୟୁ ଧାନ କୁଇଣ୍ଟାଲ ପିଛା ୨,୩୨୦ ସହିତ ଏମ୍‌ଏସ୍‌ପି ୮୦୦ ଟଙ୍କା ସର୍ବମୋଟ କୁଇଣ୍ଟାଲ ପିଛା ଚାଷୀ ୩,୧୦୦, ୩,୧୨୦ ଟଙ୍କା ପାଇବେ। ୮୮ ମିଲର୍ସଙ୍କ ମଧ୍ୟରୁ ଉଷୁନା ଚାଉଳ ପାଇଁ ୭୦ ଥିବାବେଳେ ଅରୁଆ ଚାଉଳ ପାଇଁ ୧୮ ଅଛନ୍ତି।

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗିରହିଥିବାରୁ ଚାଷୀଙ୍କ ସୁରକ୍ଷା ଦୃଷ୍ଟିରୁ ସମସ୍ତ ମଣ୍ଡିରେ ଆବଶ୍ୟକ ପାନୀୟ ଜଳ, ଓଆର୍‌ଏସ୍‌ ପ୍ୟାକେଟ, ଜରୁରିକାଳୀନ ସେବା ଆବଶ୍ୟକ ସ୍ଥଳେ କୁଲର ବ୍ୟବସ୍ଥା କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ବିଗତ ଦିନର ଛତିଶଗଡ ରାଜ୍ୟରୁ ବେଆଇନ ଭାବରେ ଧାନ ଆଣି ଏଠାରେ କିଛି ପାକ୍ସ ଓ ବଜାର କମିଟି କର୍ମଚାରୀ ମିଶି ତାହାକୁ ବିକ୍ରି କରିଥିବା ଅଭିଯୋଗ ଆସିବା ପରେ ଚଳିତବର୍ଷ କଳାହାଣ୍ଡି ଓ ଛତିଶଗଡ ସୀମାରେ ସିସିଟିଭି କ୍ୟାମେରା ବ୍ୟବସ୍ଥା କରାଯାଇଛି। ଏହା ପରେ ମଧ୍ୟ କୌଣସି କର୍ମଚାରୀ ଏଥିରେ ସମ୍ପୃକ୍ତ ରହିଲେ ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପସ୍ଥିତ ସମସ୍ତ କର୍ମଚାରୀଙ୍କୁ ଜିଲାପାଳ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri