ଚାଞ୍ଚଲ୍ୟକର ବୟାନ ଦେଲେ ଲବ ହାଁସଦାଙ୍କ ଭାଇ, କହିଲେ ସେ ପୂର୍ବରୁ ବିବାହିତ…

ଭୁବନେଶ୍ୱର,୧୭ା୫: ବିବାଦରେ ବହୁ ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା । ତାଙ୍କ ନାଁରେ ରୁଜୁ ହୋଇଛି ସାଂଘାତିକ ମାମଲା। ପ୍ରେମିକାଙ୍କ ଆତ୍ମହତ୍ୟା ଘଟଣାରେ ଗୁରୁତର ଭାବେ ଫଶିଛନ୍ତି ଲବ। ଏନେଇ ବେଙ୍ଗାଲୁରୁରେ ତାଙ୍କ ନାଁରେ ଏତଲା ହୋଇଛି । ଯାହାକୁ ନେଇ ଏବେ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ବହୁଚର୍ଚ୍ଚିତ ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ନେଇ ଏକ ଗୁରୁତର ବିବାଦ ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ତାଙ୍କ ପ୍ରେମିକା ସୋଲମୀ ମୁର୍ମୁଙ୍କ ଆତ୍ମହତ୍ୟା ଘଟଣା ପରେ ଲବ ହାଁସଦାଙ୍କ ବିରୋଧରେ ବେଙ୍ଗାଲୁରୁରେ ଏକ ଏଫଆଇଆର୍‌ ରୁଜୁ ହୋଇଛି।

ତେବେ ଏନେଇ ମୁହଁ ଖୋଲିଛନ୍ତି ଲବଙ୍କ ଭାଇ। ସେ କହିଛନ୍ତି, ଲବ ହାଁସଦାଙ୍କ ସହ ଆମର ସମ୍ପର୍କ ନାହିଁ। ତାଙ୍କ ସହ ଆମର କୌଣସି କଥାବାର୍ତ୍ତା ବି ନାହିଁ। ସେ ପୂର୍ବରୁ ବିବାହିତ। ଏବଂ ତାଙ୍କର ଗୋଟିଏ ଝିଅ ବି ଅଛି। ଲବଙ୍କ ସ୍ତ୍ରୀ ବର୍ତ୍ତମାନ ଭଦ୍ରକରେ ଅଛନ୍ତି ବୋଲି କହିଛନ୍ତି ଲବଙ୍କ ବଡ଼ବାପା ପୁଅ ଭାଇ। ଲବ ହାଁସଦା ୧୦ ବର୍ଷ ତଳେ ବିବାହ କରିଥିଲେ । ମୟୂରଭଞ୍ଜ ଜିଲ୍ଲା ଶରତ ଅଞ୍ଚଳରେ ତାଙ୍କର ପୈତୃକ ଘର । କିନ୍ତୁ ତାଙ୍କର ପୂରା ପରିବାର ଭଦ୍ରକ ଚରମ୍ପା ଅଞ୍ଚଳରେ ରୁହନ୍ତି । ଲବଙ୍କ ପତ୍ନୀ ଓ ଝିଅ ମଧ୍ୟ ଏବେ ଭଦ୍ରକରେ ରହୁଛନ୍ତି ଏବଂ ପତ୍ନୀ ଏକ ଠିକା ସଂସ୍ଥାରେ କାମ କରି ଗୁଜୁରାଣ ମେଣ୍ଟାଉଛନ୍ତି । ଲବ ନିଜ ସ୍ତ୍ରୀ ଓ ପିଲାକୁ ଛାଡି ଅଲଗା ରହୁଥିବା ଜଣାପଡିଛି ।

ଏହି ବିବାଦ ମଧ୍ୟରେ ଲବଙ୍କ ଭଉଣୀଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ମୋ ଭାଇ ସେମିତି ନୁହଁନ୍ତି । ଆମେ ଘଟଣା ବିଷୟରେ ଗଣମାଧ୍ୟମରୁ ଜାଣିଲୁ । ତଦନ୍ତ ସରିଲେ ସବୁ ସତ ସାମ୍ନାକୁ ଆସିବ । ଭାଇ ନିଜେ ଘଟଣା ବିଷୟରେ ଗଣମାଧ୍ୟମକୁ ନିଶ୍ଚିତ ଜଣାଇବେ । ତେବେ ଲବଙ୍କ ବିବାହ କଥା ପଚରାଯିବାରୁ ଏହି ବିଷୟରେ ସେ କିଛି ଜାଣିନଥିବା କହିଛନ୍ତି ।

ମିଳିଥିବା ସୂଚନା ଅନୁସାରେ, ସୋଲମୀ ମୁର୍ମୁ ଦୁଇ ଦିନ ପୂର୍ବେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣା ପାଇଁ ଥାନାରେ ଲବଙ୍କ ନାଁରେ ଏତଲା ଦେଇଛନ୍ତି ମୃତ ସୋଲମୀଙ୍କ ଭାଇ । କେତେକ ରିପୋର୍ଟରେ ଦାବି କରାଯାଇଛି ଯେ, ଲବ ହାଁସଦାଙ୍କର ବହୁ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ଥିଲା, ଯାହା ଏହି ବିବାଦକୁ ଆହୁରି ଜଟିଳ କରିଛି। ତେବେ ଏହି ଘଟଣା ସମ୍ପର୍କରେ ବିସ୍ତୃତ ତଦନ୍ତ ଜାରି ରହିଛି। ପୋଲିସ ଏହି ମାମଲାରେ ଲବ ହାଁସଦାଙ୍କୁ ପଚରାଉଚରା କରୁଛି।

ଲବ ହାଁସଦା ଜଣେ ଲୋକପ୍ରିୟ ଓଡ଼ିଆ ୟୁଟ୍ୟୁବର ଭାବେ ପରିଚିତ, ଯିଏ ତାଙ୍କର ଭିଡିଓ ମାଧ୍ୟମରେ ବହୁ ଦର୍ଶକଙ୍କ ମନୋରଞ୍ଜନ କରିଛନ୍ତି। କିନ୍ତୁ ଏହି ଅଭିଯୋଗ ତାଙ୍କର ଖ୍ୟାତି ଉପରେ ପ୍ରଶ୍ନଚିହ୍ନ ଲଗାଇଛି। ତେବେ ଲବଙ୍କ ପ୍ରେମିକା ଜଣେ ବାଇକ ରାଇଡର ହୋଇଥିବା ବେଳେ ତାଙ୍କ ଘର ବିହାରରେ । ଆଉ ସେ ବେଙ୍ଗାଲୁରୁରେ ଚାକିରି କରୁଥିଲେ । ଉଭୟଙ୍କ ଭିତରେ ଅନେକ ଦିନର ସମ୍ପର୍କ ଥିଲା । ଲବ ହାଁସଦାଙ୍କ ଅନେକ ମହିଳାଙ୍କ ସହ ସମ୍ପର୍କ ଥିବା କଥା ଜାଣିବାକୁ ପାଇବା ପରେ ସୋଲମୀ, ଏନେଇ ଲବଙ୍କୁ ପଚାରିବାରୁ ଲବ ବାରମ୍ବାର ତାଙ୍କୁ ର୍ନିଯାତନା ଦେଇଆସୁଥିଲେ । ଆଉ ଶେଷରେ ବାଧ୍ୟ ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ । ସବୁଠାରୁ ବଡ଼ କଥା ହେଲା ଆତ୍ମହତ୍ୟାର କିଛି ସମୟ ପୂର୍ବରୁ ମଧ୍ୟ ସୋଲମୀ ଲବଙ୍କୁ ଯୋଗାଯୋଗ କରିଥିଲେ ବୋଲି ସୋଲମୀଙ୍କ ଭାଇ ଏତଲାରେ ଲେଖିଛନ୍ତି ।

ବିହାରର ସୋଲୋମୀ ବେଙ୍ଗାଲୁରୁରେ ଚାକିରି କରୁଥିଲେ । କିଛିବର୍ଷ ତଳେ ଲବ ହାଁସଦାଙ୍କ ସହ ତାଙ୍କର ସାକ୍ଷାତ ହୋଇଥିଲା। ବନ୍ଧୁତାରୁ ପରସ୍ପରକୁ ଭଲ ପାଇଥିଲେ । ଓଡ଼ିଶାଠାରୁ ଦୁବାଇ ଯାଏଁ ଉଭୟ ଅନେକ ସ୍ଥାନ ବୁଲିଥିଲେ । ବିବାହ ପାଇଁ ଏକପ୍ରକାର ନିଷ୍ପତ୍ତି ସରିଥିଲା । କିନ୍ତୁ ଲବଙ୍କର ଅନେକ ମହିଳାଙ୍କ ସହ ସମ୍ପର୍କ ଥିବା ଜାଣିବା ପରେ ସୋଲୋମୀ ଓ ଲବଙ୍କ ସମ୍ପର୍କରେ ସୃଷ୍ଟି ହୋଇଥିଲା ଫାଟ । ଏହାପରେ ସୋଲୋମୀଙ୍କୁ ଲବ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ ବୋଲି ସୋଲାମୀଙ୍କ ପରିବାର ଅଭିଯୋଗ କରିଛନ୍ତି ।

ସୋଲୋମୀ ଓ ଲବଙ୍କ ପ୍ରେମ ସମ୍ପର୍କ ବିଷୟରେ ଲବ ନିଜେ ଅନେକଥର ସ୍ୱୀକାର କରିଥିଲେ । ଆତ୍ମହତ୍ୟା ପୂର୍ବରୁ ଲବଙ୍କୁ ସୋଲୋମୀ ଫୋନ୍ କରିଥିଲେ । ତେବେ ସୋଲୋମୀଙ୍କ ମୃତ୍ୟୁକୁ ୪ ଦିନରୁ ଅଧିକ ସମୟ ବିତିଯାଇଥିଲେ ବି ଲବଙ୍କର ଦେଖା ମିଳୁନାହିଁ । ଘଟଣାଠାରୁ ଦୂରେଇ ରହିବା ଓ ସୋସିଆଲ ମିଡିଆରେ ବି କିଛି ପୋଷ୍ଟ ନକରିବା ଲବଙ୍କ ଭୂମିକାକୁ ଅଧିକ ସନ୍ଦେହ ଘେରକୁ ନେଇଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri