କାନାଡାରେ ଭାରତୀୟ ବଂଶୋଦ୍ଭବଙ୍କୁ ହତ୍ୟା, ସୋସିଆଲ ମିଡ଼ିଆରେ ଗୁହାରି କଲେ ଝିଅ

ଟରଣ୍ଟୋ,୧୭।୫: ୫୧ ବର୍ଷୀୟ କାନାଡିୟ ବ୍ୟବସାୟୀ ହରଜିତ ସିଂହ ଧଡ୍ଡାଙ୍କୁ ମିସିସାଗାରେ ଗୁଳି କରି ହତ୍ୟା କରାଯାଇଛି। ଡିକ୍ସନ ଏବଂ ହେରି ରୋଡ ନିକଟରେ ଟେଲଫୋର୍ଡ ୱେରେ ଅପରାଧୀମାନେ ଧଡ୍ଡାଙ୍କୁ ଗୁଳି କରିଥିଲେ ଏବଂ ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ଝିଅ ଗୁରଲୀନ ଧଡ୍ଡା ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଏହି ବିଷୟରେ ସୂଚନା ଦେଇଛନ୍ତି।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ ମୋର ନାମ ଗୁରଲୀନ ଧଡ୍ଡା। ମୁଁ ହରଜିତ ସିଂହ ଧଡ୍ଡାଙ୍କ ଝିଅ ଏବଂ ମୁଁ ମୋ ବାପାଙ୍କ ପାଇଁ ନ୍ୟାୟ ଚାହୁଁଛି। ମୁଁ ଏହି ବ୍ୟବସ୍ଥାରେ ହାରିଯାଇଥିବା ପ୍ରତ୍ୟେକ ପରିବାର ପାଇଁ ନ୍ୟାୟ ଚାହୁଁଛି। ସେ ଆହୁରି ଲେଖିଛନ୍ତି ଯେ ଏହି ଘଟଣା ମୋ ପରିବାର ଏବଂ ସମଗ୍ର ସମାଜକୁ ଦୋହଲାଇ ଦେଇଛି।
‘ଆମେ ସୁରକ୍ଷା ପାଇଁ ପୋଲିସକୁ ବାରମ୍ବାର ନିବେଦନ କରୁଥିଲୁ’
ଗୁରଲୀନ ଧଡ୍ଡା କହିଛନ୍ତି ଯେ ଗତ କିଛି ବର୍ଷ ଧରି ମୋ ବାପାଙ୍କୁ ଧମକ ମିଳୁଥିଲା। ଆମେ ଏପ୍ରିଲ ୨୦୨୩ରେ ଏକ ସମ୍ଭାବ୍ୟ ଆକ୍ରମଣର ସମ୍ମୁଖୀନ ହୋଇଥିଲୁ। ଆମେ ଏ ବିଷୟରେ ପୋଲିସକୁ ଜଣାଇଥିଲୁ ଏବଂ ଆମ ସୁରକ୍ଷା ପାଇଁ ସେମାନଙ୍କୁ ନିବେଦନ କରିଥିଲୁ, କିନ୍ତୁ ସେମାନଙ୍କଠାରୁ ଆମକୁ କୌଣସି ସାହାଯ୍ୟ ମିଳିଲା ନାହିଁ। କାନାଡିୟ ପୋଲିସ ଆମକୁ ସୁରକ୍ଷା ଦେବାରେ ବିଫଳ ହେଲା। ସେ କହିଛନ୍ତି ଯେ ଆକ୍ରମଣ ବିଷୟରେ ସୂଚନା ଦେବା ପରେ ମଧ୍ୟ ଆମକୁ କୌଣସି ସୁରକ୍ଷା ଯୋଗାଇ ଦିଆଯାଇ ନଥିଲା। ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲା। ଏହି କାରଣରୁ ଜଣେ ନିର୍ଦ୍ଦୋଷ ବ୍ୟକ୍ତି ନିଜ ଜୀବନ ହରାଇଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri