ସରପଞ୍ଚଙ୍କୁ ହତ୍ୟା ଧମକ: ପଡ଼ିଲା ମହଙ୍ଗା

ବଡ଼ଗାଁ,୧୮ା୫(ଅଶୋକ ଷଡ଼ଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ପଞ୍ଚାୟତର ସରପଞ୍ଚ ସାଇବାନୀ ଲାକ୍ରାଙ୍କୁ ଗାଳିଗୁଲଜ କରିବା ଏବଂ ଜୀବନରୁ ମାରିଦେବାକୁ ଧମକ ଦେବା ଘଟଣାରେ ସେହି ଗ୍ରାମର ଜଣେ ବ୍ୟକ୍ତି ଓ ତାଙ୍କ ପୁଅଙ୍କୁ ଶନିବାର ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ବାପା ବୃଷଭ ଗନ୍ଧା ଓ ତାଙ୍କ ପୁଅ ତରୁଣ ଗନ୍ଧା। ଏନେଇ ପୋଲିସ ଏକ ମାମଲା ରୁଜୁ କରିଛି। ଅଭିଯୋଗ ଅନୁଯାୟୀ, ଗ୍ରାମରେ ଥିବା ଏକ ସରକାରୀ ପୋଖରୀକୁ ବୃଷଭ ନିଜର ରୟତି ଜମିରେ ଥିବା କହି ଦାବି କରୁଛନ୍ତି। ହେଲେ ଆବଶ୍ୟକ କାଗଜପତ୍ର ଦେଖାଇ ପାରୁନାହାନ୍ତି। ପଞ୍ଚାୟତ ପକ୍ଷରୁ ମାଛ ଚାଷ ପାଇଁ ନିଲାମ ହେବାରୁ ସେମାନେ ସରପଞ୍ଚ ସାଇବାନୀ ଲାକ୍ରାଙ୍କ ଘରକୁ ଯାଇ କିଛିଦିନ ହେଲା ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ସହ ଗ୍ରାମ ରାସ୍ତାରେ ଯାଉଥିବାବେଳେ ମଧ୍ୟ ଗାଳି ଧମକ ଦେଉଥିଲେ। ଗତ ୧୬ ତାରିଖ ଶୁକ୍ରବାର ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମାଜିକ ସମୀକ୍ଷା ବୈଠକରେ ମଧ୍ୟ ସରପଞ୍ଚଙ୍କୁ ଗାଳିଗୁଲଜ କରିଥିଲେ। ଏନେଇ ବଡ଼ଗାଁ ଥାନାରେ ଅଭିଯୋଗ ହୋଇଥିଲା। ଥାନା ଆଇଆଇସି ବାଲୁଙ୍କେଶ୍ବର ନାଏକ ଘଟଣାର ତଦନ୍ତ କରି ଉଭୟ ବାପ ପୁଅଙ୍କୁ ଗିରଫ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri