Posted inଜାତୀୟ

ହାଇଦ୍ରାବାଦରେ ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ୧୭, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ହାଇଦ୍ରାବାଦ,୧୮ା୫: ରବିବାର ସକାଳେ ହାଇଦ୍ରାବାଦର ଚାରମିନାର ନିକଟସ୍ଥ ଗୁଲଜାର ହାଉସରେ ଏକ ଭୀଷଣ ଅଗ୍ନିକାଣ୍ଡ ଘଟି ୧୭ ଜଣଙ୍କର ମୃତ୍ୟୁ ହୋଇଛି।  ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ଏବଂ କୋଠାରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ, ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ତେଲଙ୍ଗାନାର ହାଇଦ୍ରାବାଦରେ ଅଗ୍ନିକାଣ୍ଡ ଘଟଣାରେ ଲୋକଙ୍କ ମୃତ୍ୟୁରେ ମୁଁ ଗଭୀର ଦୁଃଖିତ। ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପ୍ରତ୍ୟେକ ମୃତକଙ୍କ ପରିବାର ସଦସ୍ୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି।

ଅଗ୍ନିଶମ ବିଭାଗର ଜଣେ ଅଧିକାରୀଙ୍କ ଅନୁଯାୟୀ, ଆଜି ସକାଳ ପ୍ରାୟ ୬.୩୦ରେ ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ମିଳିଥିଲା ଏବଂ ତା’ପରେ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେ କହିଛନ୍ତି, ଅନେକ ଲୋକ ଚେତାଶୂନ୍ୟ ଅବସ୍ଥାରେ ଥିଲେ ଏବଂ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କ ମୃତ୍ୟୁ ଘଟିଛି।

ଘଟଣାସ୍ଥଳ ପରିଦର୍ଶନ କରିବା ପରେ କେନ୍ଦ୍ର ମନ୍ତ୍ରୀ ଜି. କିଷନ ରେଡ୍ଡୀ ସାମ୍ବାଦିକମାନଙ୍କୁ କହିଛନ୍ତି, ମୃତକଙ୍କ ମଧ୍ୟରେ କିଛି ପିଲା ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri