କ୍ରସର କର୍ମଚାରୀଙ୍କ ମୃତ୍ୟୁ ଘଟଣା: ଭୁବନେଶ୍ୱରରୁ ଗିରଫ ହେଲେ ଦୁଇ ଅଭିଯୁକ୍ତ

ଧର୍ମଶାଳା,୧୮ା୫(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ରାହାଡପୁରସ୍ଥିତ ପଦ୍ମାବତୀ କ୍ରସର କର୍ମଚାରୀ ଇଞ୍ଜିନିୟର ଛାତ୍ର ହତ୍ୟା ଘଟଣାକୁ ୧୭ଦିନ ବିତିବା ପରେ ଶନିବାର ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୌମ୍ୟ ରଞ୍ଜନ ବିଶାଳ ଓ ହେମନ୍ତ କୁମାର ଦେଓ। ଏହି ଘଟଣାରେ ୪ଜଣ ଅଭିଯୁକ୍ତ ସଂପୃକ୍ତ ଥିବାନେଇ ଥାନାରେ ଅଭିଯୋଗ ହୋଇଥିଲା। ପୂର୍ବର ଏହି ହତ୍ୟା ଘଟଣାର ପ୍ରଥମ ଦିନରୁ ଅଟକ ଥିବା ସତ୍ୟନାରାୟଣ ବଳ (ରନୀ)କୁ ପୋଲିସ ଗିରଫ କରି ଚାଲାଣ କରିଥିଲା। ଅନ୍ୟ ଅଭିଯୁକ୍ତମାନଙ୍କୁ ପୋଲିସ କେବେ ଗିରଫ କରିବ ସେନେଇ ପ୍ରଶ୍ନ ଉଠିଥିଲା। ଏହି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଜ୍ଞାନ ରଞ୍ଜନ ମହାପାତ୍ର (ସିଲୁ) କେବେ ଗିରଫ ହେବେ ତାହା ଦେଖିବାକୁ ବାକି ରହିଲା।

ପ୍ରକାଶ ଥାଉ କି, ଗତ ମେ’୧ ତାରିଖରେ ଧର୍ମଶାଳା ବ୍ଲକ ଜାରକା ସ୍ଥିତ ଜାମୁବଣିଆ ଗ୍ରାମର ଅଜୟ ଜେନାଙ୍କ ପୁଅ ଅରଜିତ୍‌ ଜେନାଙ୍କୁ କ୍ରସର ଟଙ୍କା ହଡ଼ପ ଅଭିଯୋଗ ଆଣି କ୍ରସର ମାଲିକ ଭଣଜା ରନୀ ଓ କ୍ରସର କ୍ୟାସିଅର ମିଶି ନିସ୍ତୁକ ମାଡ଼ ମାରିଥିଲେ। ମାଡ଼ ମାରିବା ସହ ଗରମ ଚେଙ୍କ ଦେବା ଭଳି ବର୍ବରତାର ସବୁ ସୀମା ଟପି ଯାଇଥିଲେ। ମାଡ଼ରେ ଗୁରୁତର ହେଇଥିବା ଅରଜିତଙ୍କ କଟକରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଅନ୍ୟ ୩ଜଣ ଅଭିଯୁକ୍ତଙ୍କୁ ପୋଲିସ କେବେ ଧରିବ ସେ ନେଇ ବିଭିନ୍ନ ମହଲରେ ଆଲୋଚନା ଜୋର ଧରିଥିଲା। ଏହାକୁ ଗୁରୁତ୍ୱର ସହ ବିଚାରକୁ ନେଇ ଧର୍ମଶାଳା ପୋଲିସ ଶନିବାର ରାତିରେ ଭୁବନେଶ୍ୱରରୁ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri