ଭୁବନେଶ୍ୱର,୧୯।୫: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ଓଡ଼ିଶାରୁ ବାଂଲାଦେଶୀଙ୍କୁ ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।
ଇଞ୍ଜିନିୟରିଂ ବିଭାଗଗୁଡ଼ିକ ସହ ଆଲୋଚନା ହୋଇଛି। ଏପରିକି ବିଭିନ୍ନ ଏଜେନ୍ସିରେ କାମ କରୁଥିବା ବାଂଲାଦେଶୀଙ୍କୁ ଚିହ୍ନଟ କରାଯିବ। ଏନେଇ ସାରା ରାଜ୍ୟରେ ଚିହ୍ନଟ ପ୍ରକ୍ରିୟା କରାଯିବ। କୌଣସି ଅଣ ନାଗରିକ ଓଡ଼ିଶାରେ ରହିପାରିବେ ନାହିଁ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


