ନୂତନ ଶିକ୍ଷାନୀତି ଲାଗୁ, ଗୁଣାତ୍ମକ ଶିକ୍ଷାର ବିକାଶରେ ଗରୁମା, ଗୁରୁଜୀଙ୍କ ଭୂମିକା

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିରରେ ତିନିଦିନ ଧରି ଚାଲିଥିବା ଭଞ୍ଜନଗର ସଙ୍କୁଳର ସାମୁହିକ କାର୍ଯ୍ୟଶାଳା (ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର) ସୋମବାର ଉଦ୍‌ଯାପିତ ହୋଇଛି। ଶିବିରରେ ନୂତନ ଶିକ୍ଷାନୀତି ୨୦୨୦ ସରସତୀ ଶିଶୁ ମନ୍ଦିର ଗୁଡ଼ିକରେ କିଭଳି ସଠିକ ଭାବେ ଲାଗୁ ହୋଇପାରିବ ଏବଂ ଶିକ୍ଷାନୀତି ଅନୁସାରେ ଶିକ୍ଷାଦାନ କିଭଳି ହେବ ସେନେଇ ଆଲୋଚନା ହୋଇଥିଲା। ଗୁଣାତ୍ମକ ଶିକ୍ଷାର ବିକାଶରେ ଗରୁମା, ଗୁରୁଜୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ତେଣୁ ଏଥିପ୍ରତି ସମସ୍ତେ ଦୃଷ୍ଟି ଦେବାକୁ ଅତିଥିମାନେ ଆହ୍ବାନ କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ସ୍ଥାନୀୟ ଶିଶୁ ମନ୍ଦିରର ସଭାପତି ଡ. କମ୍ବୁପାଣି ସାମନ୍ତ ଅଧ୍ୟକ୍ଷତା କରିଥିବା ବେଳେ ଦକ୍ଷିଣ ପୂର୍ବ ସମ୍ଭାଗର ସଭାପତି ତାରା ପ୍ରସାଦ ଦାଶ ମୁଖ୍ୟ ଅତିଥି ରୂପେ ଯୋଗଦେଇ ନିଜ ଅଭିଭାଷଣ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ରୂପେ ଫୁଲବାଣୀ ସହ ଜିଲା ପ୍ରମୁଖ ତ୍ରିନାଥ ଗୌଡ଼, ଭଞ୍ଜନଗର ସଙ୍କୁଳର ସଙ୍କୁଳ ପ୍ରମୁଖ ପ୍ରସନ୍ନ କୁମାର ପ୍ରଧାନ, ସ୍ଥାନୀୟ ଶିଶୁ ମନ୍ଦିରର ସମ୍ପାଦକ ଜ୍ୟୋତି ରଞ୍ଜନ ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ। ସଙ୍କୁଳ ସଂଯୋଜକ ତଥା ଭଞ୍ଜନଗର ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା ସଙ୍କୁଳ ବୃତ୍ତ ପଠନ କରିଥିବା ବେଳେ ସହ ପ୍ରଧାନ ଆଚାର୍ଯ୍ୟ ଉତ୍ତମ କୁମାର ମହାରଣା ଅତିଥି ପରିଚୟ ପ୍ରଦାନ କରିଥିଲେ । ତିନି ଦିନିଆ କାର୍ଯ୍ୟକ୍ରମରେ ଭଞ୍ଜନଗର ସଙ୍କୁଳର ୧୧ ଟି ବିଦ୍ୟାଳୟରୁ ପ୍ରଧାନ ଆଚାର୍ଯ୍ୟ ସମେତ ସର୍ବମୋଟ ୧୪୯ ଜଣ ଗୁରୁଜୀ ଓ ଗରୁମା ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ସମ୍ପାଦକ ଜ୍ୟୋତି ରଞ୍ଜନ ବିଷୋୟୀ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri