ଗଭୀର ନଳକୂପକୁ ହେଉନି ବିଦ୍ୟୁତ୍‌ ସଂଯୋଗ: ଗର୍ଜିଲେ ଚାଷୀ

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଅଧିକ ଧାନ ଉପତ୍ାଦନ ପାଇଁ ଏହି ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଉକ୍ତ ଜିଲାର ପଦ୍ମପୁର ଉପଖଣ୍ଡ ସମେତ ଅନେକ ଅଞ୍ଚଳ ଏବେ ମଧ୍ୟ ଅଣଜଳସେଚିତ। ତେବେ ଏହି ଅଞ୍ଚଳରେ ରହିଥିବା ଅଣଜଳସେଚିତ ଜମିକୁ ପାଣି ମଡ଼ାଇବା ପାଇଁ ସ୍ଥାନୀୟ ଚାଷୀମାନେ ଅନେକ ଗଭୀର ନଳକୂପ ଖନନ କରିଛନ୍ତି। ଗଭୀର ନଳକୂପ ଖନନ ହୋଇଛି, ମାତ୍ର ସେଠାକୁ ବିଦ୍ୟୁତ ସଂଯୋଗ ହୋଇପାରି ନାହିଁ। ଏ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି କ୍ରମରେ ମଙ୍ଗଳବାର ଜିଲାର ଭଟଲି ବ୍ଲକ ଅନ୍ତର୍ଗତ ପଣ୍ଡରୀତରାଇ ଗ୍ରାମର ଚାଷୀମାନେ ବରଗଡ଼ ଉଠା ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ଫେରାଦ ହୋଇଥିଲେ। ନିର୍ବାହୀ ଯନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ ସହିତ ଗଭୀର ନଳକୂପ ଗୁଡ଼ିକୁ ବିଦ୍ୟୁତ ସଂଯୋଗ କରିବାକୁ ନିବେଦନ କରିଥିଲେ।
ସୂଚନା ଅନୁଯାୟୀ, ୨୦୨୩ ଏପ୍ରିଲ ମାସରୁ ଉପରୋକ୍ତ ଗ୍ରାମର ଚାଷୀମାନେ ନିଜ ଜମିହିଡ଼ରେ ଗଭୀର ନଳକୂପ ଖନନ କରିଥିଲେ। ଏଥିପାଇଁ ଉଠା ଜଳସେଚନ ବିଭାଗରେ ଅଗ୍ରୀମ ଦେୟ ମଧ୍ୟ ଜମା କରିଥିଲେ। ଗଭୀର ନଳକୂପ ଖନନ ହେଲେ ସେମାନେ ଅଣଜଳସେଚିତ ଜମିରେ ଚାଷ କରି କିଛି ରୋଜଗାର କରି ପରିବାର ପୋଷଣ ପାଇଁ ଆଶା ବାନ୍ଧିଥିଲେ। ମାତ୍ର ଏପର୍ଯ୍ୟନ୍ତ ଗଭୀର ନଳକୂପ ଖନନ ହୋଇଛି, କିନ୍ତୁ ସେଠାକୁ ବିଦ୍ୟୁତ୍‌ ସଂଯୋଗ ହୋଇ ନଥିବାରୁ ତାହା କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଫଳରେ ଚାଷୀଙ୍କ ଆଶା ଉଜୁଡ଼ି ଯାଇଛି। ଫଳରେ ଏ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଚାଷୀମାନେ ଦାବି କରିଛନ୍ତି ।ଡୋଲାମଣି ନାଏକ, ନବୀନ ବେହେରାଙ୍କ ସମେତ ଅନେକ ଚାଷୀଙ୍କ ସ୍ବାକ୍ଷର ଦାବିପତ୍ରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri