ରବି ଋତୁ ପାଇଁ ପ୍ରଥମ ଧାନ ସଂଗ୍ରହ :୨୫୦ କୁଇଣ୍ଟାଲ…

ନୂଆପଡ଼ା,୨୧ା୫ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରବି ଋତୁ ପାଇଁ ସାରାବଙ୍ଗ ମଣ୍ଡିରୁ ମଙ୍ଗଳବାର ପ୍ରଥମ ଧାନ ସଂଗ୍ରହ ଆରମ୍ଭ ହୋଇଛି ା ଜିଲାପାଳ ମଧୁସୂଦନ ଦାଶ ମଣ୍ଡିର ଶୁଭ ଉଦ୍‌ଘାଟନ କରିଛନ୍ତି। ପ୍ରଥମ ଦିନରେ ୩ ଚାଷୀଙ୍କଠାରୁ ୨୫୦ କୁଇଣ୍ଟାଲ ୮୮ କିଲୋଗ୍ରାମ ଧାନ ମିଲର୍ସ ଉଠାଣ କରିଛନ୍ତି ା ଏହି ଅବସରରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଡିଆର୍‌ସିଏସ୍‌ ଶିବ ପ୍ରସାଦ ସ୍ବାଇଁ, ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ ରାଉତରାୟ, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଉପାଧ୍ୟକ୍ଷ ଦିଲିପ ନିର୍ମଲକର, ମିଶନ ଶକ୍ତି ପରିଚାଳକ ସୁନୀଲ କୁମାର ମଲ୍ଲିକ, ସ୍ଥାନୀୟ ସରପଞ୍ଚ ରଥବାଇ ପଟେଲ,ସମିତି ସଭ୍ୟା ଜାଗୃତି ସାହୁ, ପ୍ରମୁଖ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ, ଜିଲାରେ ରବି ଋତୁରେ ୩ ଲକ୍ଷ ୮୯ ହଜାର କୁଇଣ୍ଟାଲ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ୪୧ ପ୍ରାଥମିକ କୃଷି ସମବାୟ ସମିତି ଓ ୬ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ୨୪ ମିଲର୍ସ ଦ୍ୱାରା ଧାନ କ୍ରୟ କରାଯିବ। ମଣ୍ଡି ଆରମ୍ଭର ପ୍ରଥମ ଦିନରେ ସାରାବଙ୍ଗର ୩ ଚାଷୀ ପିଅନ ରାଉତ ୧୩୦ କୁଇଣ୍ଟାଲ, ଗାୟତ୍ରୀ ରେଡ୍ଡୀଙ୍କ ୫୯ କୁଇଣ୍ଟାଲ ୨୮ କିଲୋଗ୍ରାମ ଓ ପୁନିଚନ ରାଉତଙ୍କ ୬୧ କୁଇଣ୍ଟାଲ ୬୦ କିଲୋଗ୍ରାମ ଧାନ ସଂଗ୍ରହ କରାଯାଇଥିଲା। କୁଇଣ୍ଟାଲ ପ୍ରତି ସହାୟକ ମୂଲ୍ୟ ୨୩ ଶହ ଟଙ୍କା ଥିବାବେଳେ ୮ ଶହ ଟଙ୍କା ରାଜ୍ୟ ସରକାରଙ୍କ ଦ୍ୱାରା ବୋନସ ପ୍ରଦାନ କରାଯିବ। ଚାଷୀମାନଙ୍କୁ ସଚେତନ କରିବା ପାଇଁ ଜିଲାର ୫ ବ୍ଲକରେ ୫ ପ୍ରଚାର ରଥ ବୁଲୁଛି। ଜିଲାରେ ରବି ଧାନ ସଂଗ୍ରହ କିଭଳି ସୁରୁଖୁରୁରେ ହୋଇପାରିବ ସେ ଉପରେ ଜିଲାପାଳ ଗୁରୁତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri