ପ୍ରକାଶ ପାଇଲା +୨ ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଚେକ୍‌

ଭୁବନେଶ୍ୱର,୨୧ା୫:ବୁଧବାର ଅପରାହ୍ନରେ ପ୍ରକାଶ ପାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ରେଜଲ୍ଟ। ଏକା ସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। CHSE କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଘୋଷଣା କରିଛନ୍ତି। ଛାତ୍ରୀଛାତ୍ର results.digilocker.gov.inରେ ନିଜ ନିଜର ରେଜଲ୍ଟ ଦେଖିପାରିବେ।

ଚଳିତ ବର୍ଷ ପାସ୍‌ ହାର ୮୨.୭୭ ପ୍ରତିଶତ ରହିଛି। ଚଳିତ ବର୍ଷ ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ ରହିଛି। ଝିଅଙ୍କ ପାସ ହାର୍‌ ୮୭.୨୪% ଥିବା ବେଳେ ପୁଅଙ୍କ ପାସ ହାର୍‌ ୭୭.୮୮% ରହିଛି। ୧ ଲକ୍ଷ ୪୨ ହଜାର ୫୧୬ ଛାତ୍ର ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧ ଲକ୍ଷ ୭୪ ହଜାର ୨୫୧ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। କଳାରେ ପାସ୍‌ହାର ୮୦.୫୧% ରହିଥିବା ବେଳେ ବିଜ୍ଞାନରେ ପାସ୍‌ହାର ୮୭.୪୯% ରହିଛି। ବାଣିଜ୍ୟରେ ୮୩.୨% ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ଧନ୍ଦାମୂଳକରେ ୬୦% ଛାତ୍ରୀଛାତ୍ର ପାସ୍‌ କରିଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ  ୩ଲକ୍ଷ ୯୩ହଜାର ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେଇଥିଲେ। ଏଥିରୁ କଳା ବିଭାଗରେ ୨ ଲକ୍ଷ ୪୭ ହଜାର, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର, ବାଣିଜ୍ୟରେ ୨୫ହଜାର ଓ ଧନ୍ଦାମୂଳକରେ ୫ହଜାର ଛାତ୍ରୀଛାତ୍ର ରହିଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୨୭ରେ ଯୁକ୍ତ ଦୁଇ ପରୀକ୍ଷା ଶେଷ ହୋଇଥିଲା। ଏପ୍ରିଲ ୨ରୁ ଖାତା ଦେଖା ଆରମ୍ଭ ହୋଇ ମେ’ ୧ରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri