Posted inରାଜ୍ୟ

ସଂଖ୍ୟାନୁପାତରେ ସଂରକ୍ଷଣ ଦାବି ନେଇ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର, ୨୨।୫,(ସୁନିତ୍‌ ମିଶ୍ର):ରାଜ୍ୟରେ ଏସ୍‌ଇବିସି ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ଏବଂ ଏସ୍‌ସି, ଏସ୍‌ଟି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟ ବୈଷୟିକ ଓ ବୃତ୍ତିଗତ ଶିକ୍ଷା କ୍ଷେତ୍ରରେ ୩୮.୭୫ ପ୍ରତିଶତ ସଂରକ୍ଷଣ ଦାବି ନେଇ ବିଜେଡି ପକ୍ଷରୁ ବୁଧବାର ରାଜଭବନ ସମ୍ମୁଖରେ ବିଶାଳ ଗଣଧାରଣା ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଜେଡିର ହଜାର ହଜାର କର୍ମୀ, ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହି ସରକାର ବିରୋଧରେ ଗର୍ଜିଛନ୍ତି। ବିଜେଡି ବିଧାୟକ ତଥା ଦଳର ଓବିସି ସେଲ୍‌ ଆବାହକ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅରୁଣ କହିଛନ୍ତି, ବିଜେଡି ପକ୍ଷରୁ ରାଜଭବନ ଆଗରେ ସ୍ବତଃପ୍ରବୃତ୍ତ ଭାବେ ହଜାର ହଜାର ସଂଖ୍ୟାରେ ଜନସାଧାରଣ ଛୁଟିଆସି ଏସ୍‌ସି, ଏସ୍‌ଟି ଏବଂ ଓବିସି ଛାତ୍ରୀଛାତ୍ରମାନଙ୍କୁ ମେଡିକାଲ, ଇଞ୍ଜିନିୟରିଂ ଏବଂ ଟେକ୍ନିକାଲ ବିଷୟରେ ସଂରକ୍ଷଣ ଦେବା ଲାଗି ଦାବି କରିଛନ୍ତି। ଭାଜପା ସରକାର କେବଳ ସାଧାରଣ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଘୋଷଣା କରିଛନ୍ତି। ଯୁକ୍ତ ୩ରେ ପ୍ରାୟ ୭୦ ହଜାର ସିଟ୍‌ ରାଜ୍ୟରେ ଖାଲି ପଡୁଛି। ସେଠାରେ ସଂରକ୍ଷଣ ଦେବେ କହୁଛନ୍ତି। କିନ୍ତୁ ନିଯୁକ୍ତିଭିତ୍ତିକ ସଂରକ୍ଷଣ ମେଡିକାଲ, ଇଞ୍ଜିନିୟରିଂ ଏବଂ ବୈଷୟିକ କ୍ଷେତ୍ରରେ ଦେବା ଦରକାର। ସରକାର ଏହାକୁ ନେଇ ଦୂରେଇ ରହୁଛନ୍ତି। ତେଣୁ ବିଜେଡିର ବିଧାୟକ, ଏମ୍‌ପି ଏବଂ ଅନ୍ୟ ବରିଷ୍ଠ ନେତାମାନେ ଏନେଇ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟପାଳ ଏନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି। ଯଦି ରାଜ୍ୟ ସରକାର ଏହି ଦାବି ପୂରଣ ନ କରନ୍ତି ଏବେ ଯେଉଁ ଝଲକ ଦେଖିଛନ୍ତି ଆଗକୁ ଦେଖିବେ ଏହା କେତେ ଭୟଙ୍କର ହୋଇପାରେ। ସାରା ଓଡିଶାର ଜିଲା ମୁଖ୍ୟାଳୟ, ସବ୍‌ଡିଭିଜନ, ବ୍ଲକ, ପଞ୍ଚାୟତସ୍ତରରେ ବିଜେଡି ଏହି ଆନ୍ଦୋଳନକୁ ଜୋର୍‌ଦାର କରିବ। ଓବିସିଙ୍କୁ ୫୪ ପ୍ରତିଶତ, ୩୯ ପ୍ରତିଶତ ଏସ୍‌ସି, ଏସ୍‌ଟିଙ୍କ ନାଯ୍ୟ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ବିଜେଡି ଏହି ଆନ୍ଦୋଳନକୁ ଜୋର୍‌ଦାର କରିବାକୁ ନିଷ୍ପତ୍ତି ନେଇଥିବା ଅରୁଣ କହିଛନ୍ତି।
ଅନ୍ୟପଟେ ରାଜ୍ୟପାଳଙ୍କୁ ଦିଆଯାଇଥିବା ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ନିକଟରେ ଓବିସି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ କେବଳ ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରଦାନ କରାଯାଇଥିବା ୧୧.୨୫ ପ୍ରତିଶତ ସଂରକ୍ଷଣ ଏକ ପ୍ରବଞ୍ଚନା। ବିଶେଷକରି ମେଡିକାଲ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ଓବିସି ବର୍ଗଙ୍କ ପାଇଁ ସଂରକ୍ଷଣ ପ୍ରଦାନ କରାଯାଇ ନ ଥିବାରୁ ବିଜେଡି ଏହାକୁ ନାପସନ୍ଦ କରିଛି। ଉଚ୍ଚଶିକ୍ଷା କ୍ଷେତ୍ରରେ ଅଧିକାଂଶ ଆସନ ଖାଲି ପଡୁଛି ସେଗୁଡିକୁ ସଂରକ୍ଷଣ ଆକାରରେ ପ୍ରଦାନ କରିବା ନେଇ ଘୋଷଣା କରାଯିବା ଏକ ପ୍ରତାରଣା ଛଡ଼ା କିଛି ନୁହେଁ। କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନଗୁଡିକରେ ଏବଂ ଅନେକ ରାଜ୍ୟରେ ଓବିସି ଛାତ୍ରୀଛାତ୍ରମାନଙ୍କ ପାଇଁ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ରହିଛି। ରାଜ୍ୟର ଏସ୍‌ସି, ଏସ୍‌ଟି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚଶିକ୍ଷାରେ ୩୮.୭୫ ପ୍ରତିଶତ ସଂରକ୍ଷଣ ପ୍ରଦାନ କରାଯାଉଥିବା ବେଳେ ଇଞ୍ଜିନିୟରିଂ, ମେଡିକାଲ ଏବଂ ଅନ୍ୟ ବୈଷୟିକ ପାଠ୍ୟକ୍ରମରେ ୨୦ ପ୍ରତିଶତ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ରହିଛି। ତେଣୁ ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟ ବୈଷୟିକ ପାଠ୍ୟକ୍ରମରେ ମଧ୍ୟ ୩୮.୭୫ ପ୍ରତିଶତ ସଂରକ୍ଷଣ ଦେବା ନେଇ ବିଜେଡି ପକ୍ଷରୁ ଦାବି କରାଯାଇଛି। ନବୀନ ସରକାର ସମୟରେ ଏସ୍‌ସି, ଏସ୍‌ଟି ଏବଂ ଓବିସିମାନଙ୍କ ଲାଗି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ସମ୍ପର୍କରେ ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri