Posted inଜାତୀୟ

ଜ୍ୟୋତିଙ୍କୁ ନେଇ ଚାଞ୍ଚଲ୍ୟକର ଖୁଲାସା: ପହଲଗାମ୍‌ ଆକ୍ରମଣବେଳେ କାହା ସମ୍ପର୍କରେ ଥିଲେ? ମିଳିଲା ସୂଚନା

ଚଣ୍ଡିଗଡ,୨୨।୫: ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ଗିରଫ ହୋଇଥିବା ଜ୍ୟୋତି ମାଲହୋତ୍ରାଙ୍କୁ ତାଙ୍କର ୫ ଦିନିଆ ରିମାଣ୍ଡ ଶେଷ ହେବା ପରେ ଗୁରୁବାର ହରିୟାଣାର ହିସାର ପୋଲିସ କୋର୍ଟରେ ହାଜର କରିଥିଲା। ଶୁଣାଣି ସମୟରେ, କୋର୍ଟ ପୋଲିସକୁ ଜ୍ୟୋତିଙ୍କ ଡାକ୍ତରୀ ରିପୋର୍ଟ ବିଷୟରେ ପଚାରିଥିଲେ ଏବଂ କାଗଜପତ୍ର ଦେଖିଥିଲେ। ହିସାର ପୋଲିସ କୋର୍ଟରୁ ପୁଣି ୪ ଦିନିଆ ରିମାଣ୍ଡ ଆବେଦନ କରିଥିବାର ଜଣାପଡିଛି।

କୋର୍ଟରେ ପୋଲିସ କହିଛି, ଜ୍ୟୋତିଙ୍କ ଫୋନ ଏବଂ ଲାପଟପ ସହିତ ତାଙ୍କ ବ୍ୟାଙ୍କ ଆକାଉଣ୍ଟର ଫରେନ୍ସିକ ବିବରଣୀ ଦୁଇ ଦିନ ମଧ୍ୟରେ ଉପଲବ୍ଧ ହେବ ଏବଂ ଏ ସମ୍ପର୍କରେ ତାଙ୍କୁ ପଚରାଉଚରା କରିବା ଆବଶ୍ୟକ। ଜ୍ୟୋତି ଦେଶର ଅନେକ ରାଜ୍ୟକୁ ଯାଇ ତାଙ୍କର ଭିଡିଓ କରିଥିଲେ, ସେଠାକାର ପୋଲିସ ସହିତ ଯୋଗାଯୋଗ କରାଯାଇଛି, ଆବଶ୍ୟକ ହେଲେ ତାଙ୍କୁ ସେଠାକୁ ନେଇ ପଚରାଉଚରା କରିବାକୁ ପଡ଼ିପାରେ।

ହିସାର ପୋଲିସ କହିଛି ଯେ, ପଚରାଉଚରା ସମୟରେ ଜ୍ୟୋତି ଅନେକ ପ୍ରଶ୍ନର ଉତ୍ତର ଦେବାକୁ ଏଡ଼ାଇ ଯାଉଥିଲେ। ପୋଲିସ କହିଛି ଯେ ଯେତେବେଳେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଥିଲା, ଜ୍ୟୋତି ଜଣେ ପାକିସ୍ତାନ ଗୁପ୍ତଚର ଅଧିକାରୀ (ପିଆଇଓ)ଙ୍କ ସହ ଯୋଗାଯୋଗରେ ଥିଲେ।

ଜ୍ୟୋତିଙ୍କ ୩ଟି ମୋବାଇଲ ଫୋନ ଏବଂ ଲାପଟପ୍‌ ଫରେନସିକ ରିପୋର୍ଟ ଦୁଇ ଦିନ ମଧ୍ୟରେ ଆସିବ। ପରବର୍ତ୍ତୀ ଚାରି ଦିନର ରିମାଣ୍ଡ ମଧ୍ୟରେ, ପୋଲିସ ତାଙ୍କୁ ଫୋରେନସିକ ରିପୋର୍ଟ ସହିତ ସାମ୍ନା କରିବ। ଅଧିକ ତଦନ୍ତ ପାଇଁ ରିମାଣ୍ଡରେ ନିଆଯାଇଛି। ପୋଲିସର କହିବା ଅନୁଯାୟୀ, ଜ୍ୟୋତି ସବୁକିଛି ଜାଣିଥିଲେ ମଧ୍ୟ ସେ ପାକିସ୍ତାନୀ ଗୋଇନ୍ଦା ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ।

ହରିୟାଣାର ହିସାରର ୩୩ ବର୍ଷୀୟ ୟୁଟ୍ୟୁବର ଏବଂ ଟ୍ରାଭେଲ ବ୍ଲଗର ଜ୍ୟୋତି ମାଲହୋତ୍ରାଙ୍କୁ ପାକିସ୍ତାନର ଗୋଇନ୍ଦା ସଂସ୍ଥା (ISI) ପାଇଁ ଗୁପ୍ତଚର ଏବଂ ସମ୍ବେଦନଶୀଳ ସୂଚନା ଶେୟାର କରିବା ଅଭିଯୋଗରେ ମେ୧୭ରେ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri