ସବୁଜ ମହାନଦୀ ମିଶନ: ପ୍ରହସନ ପାଲଟିଲା ଚାରାରୋପଣ

ଭେଡେନ,୨୩।୫(ହୃଷୀକେଶ ଖମାରୀ): ରାଜ୍ୟ ଓ କେନ୍ଦ୍ର ସରକାର ପରିବେଶ ସୁରକ୍ଷା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ଜଙ୍ଗଲ ସୃଷ୍ଟି ପାଇଁ କୋଟି କୋଟି ଟଙ୍କା ଅନୁଦାନ ପ୍ରଦାନ କରୁଛନ୍ତି। ମାତ୍ର ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଆନ୍ତରିକତା ଅଭାବରୁ ତାହା ଫଳପ୍ରଦ ହୋଇପାରିନାହିଁ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲା ଭେଡେନ ବ୍ଲକସ୍ଥିତ ଊଦେପୁର ଅଞ୍ଚଳରେ। ବରଗଡ଼ ବନଖଣ୍ଡ ତରଫରୁ ଗତ ୨୦୧୮-୧୯ ଆର୍ଥିକ ବର୍ଷରେ ସବୁଜ ମହାନଦୀ ମିଶନ ନାମରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଉଦେପୁରଠାରେ ୧୦ ହେକ୍ଟର ଚାରଣ ଭୂମିରେ ୧୬ହଜାର ଚାରାରୋପଣ କରାଯାଇଥିଲା। ତାହା ସୂଚନା ଫଳକରେ ଉଲ୍ଲେଖ ରହିଛି। ତେବେ ବର୍ତ୍ତମାନ ସେଠାରେ କେବଳ ସୂଚନା ଫଳକ ହିଁ ରହିଛି। ଏପରିକି ୧୬ ହଜାର ଚାରାରୋପଣ କରାଯାଇଥିବା ନେଇ ସୂଚନା ଫଳକରେ ଉଲ୍ଲେଖ ରହିଥିଲେ ହେଁ ବର୍ତ୍ତମାନ ଏହି ଚରଣ ଭୂମିରେ ୧୬ ଗଛ ଦେଖିବାକୁ ମିଳୁ ନାହିଁ। ସବୁଜ ମହାନଦୀ ମିଶନରେ ଚାରାରୋପଣ ଆଳରେ ବଡ଼ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପୁଣି ୨୦୨୦-୨୧ ଆର୍ଥିକ ବର୍ଷରେ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନାରେ ଉଦେପୁର ଗ୍ରାମ ପଞ୍ଚାୟତ ତରଫରୁ ମହାନଦୀ ଖଣି ରାସ୍ତା ପାଶର୍‌ବରେ ଚାରାରୋପଣ କରିବା ପାଇଁ ୬୬ ହଜାର ଟଙ୍କା ଅନୁଦାନ ମିଳିଥିବା ଅନ୍ୟ ଏକ ସୂଚନାଫଳକରେ ଦର୍ଶାଯାଇଛି। ହେଲେ ରାସ୍ତା ପାର୍ଶରେ ବର୍ତ୍ତମାନ ସେତେ ପରିମାଣରେ ଗଛ ନାହିଁ। ଏଥିପ୍ରତି ବରଗଡ଼ ଜିଲା ପ୍ରଶାସନ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଜନସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri