ସୁନ୍ଦରଗଡ଼ ଖଣି ଦୁର୍ନୀତି ମାମଲା: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୫(ସୁନିତ୍‌ ମିଶ୍ର):ସୁନ୍ଦରଗଡ଼ ଜିଲାର ହେମଗିର ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଏବଂ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିଲାଗି ଭିଜିଲାନ୍ସ ପକ୍ଷରୁ ଏକ ଏସ୍‌ଆଇଟି ଗଠନ କରାଯାଇଛି। ପୂର୍ବରୁ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ବିଭାଗୀୟ ଅଧିକାରୀମାନଙ୍କ ସହ ଉକ୍ତ ବେଆଇନ ଖଣି ଉତ୍ତୋଳନ ସ୍ଥାନକୁ ଗସ୍ତକରି ରିପୋର୍ଟ ସଂଗ୍ରହକରିବା ସହ ଏଥିନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ର ଏହି ଖଣି ଦୁର୍ନୀତିର ପର୍ଦ୍ଦାଫାଶ କରିବା ପାଇଁ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି।
ମନ୍ତ୍ରୀ ଜେନା ମଧ୍ୟ ଏହି ଘଟଣାକୁ ଗୁରୁତର ସହ ଗ୍ରହଣ କରିବା ସାଙ୍ଗକୁ ଦୋଷୀ ଯିଏ ହୋଇଥାଆନ୍ତୁ ନା କାହିଁକି ସମସ୍ତଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲା ହେମଗିର ତହସିଲରେ ୨୨ଟି ଖଣିରୁ ବେଆଇନ ଭାବେ ୯୮୪୩ ମେଟ୍ରିକ୍‌ ଟନ୍‌ରୁ ଊର୍ଦ୍ଧ୍ୱ ପରିମାଣର କୋଇଲା ଉତ୍ତୋଳନ କରାଯାଇଥିବା ନଜରକୁ ଆସିଛି। ଏହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ। ଏହି ଖଣିଗୁଡ଼ିକ ମଧ୍ୟରୁ ୧୪ଟି ଖଣି ଗୋପାଳପୁର ଗ୍ରାମରେ, ୩ଟି ରତ୍ନସୋରା ଗ୍ରାମରେ ଏବଂ ୫ଟି ଭୋଗରାକଚର ଗ୍ରାମରେ ଅବସ୍ଥିତ। ଏଗୁଡ଼ିକ ମୁଖ୍ୟତଃ ଜଙ୍ଗଲ କିସମର ଜମି। ଏହାସହ ହେମଗିରର ଜାମକାନି ସଂରକ୍ଷିତ ଜଙ୍ଗଲ ଏବଂ ଭୋଗରାକଚର ଗ୍ରାମରେ ବେଆଇନ ଭାବେ କୋଇଲା ଗଚ୍ଛିତ କରାଯିବାର ସୂଚନା ମିଳିଛି। ସେହିପରି କୋଇଡ଼ା ତହସିଲ ଅନ୍ତର୍ଗତ ମାଲଦା, ପଟାବେଡ଼ା ସାନପୁଟୁଳି, କୋଲମଙ୍ଗ ଏବଂ ରୁସିବେଣୁଆଠାରେ ୫୦ଟି ମାଙ୍ଗାନିଜ୍‌ ଏବଂ ଲୌହ ଉତ୍ତୋଳନ ଖଣିରୁ ବେଆଇନ ଭାବେ ମାଙ୍ଗାନିଜ୍‌ ଓ ଲୁହାପଥର ଉତ୍ତୋଳନ କରାଯାଉଥିବାର ନଜରକୁ ଆସିଛି। ଏହି ୫୦ଟି ଖଣି ମଧ୍ୟରୁ ୧୬ଟି ପଟାବେଡ଼ା ଗ୍ରାମରେ, ୧୦ଟି ମାଲଦା ଗ୍ରାମରେ, ୨୦ଟି କୋଲମଙ୍ଗ ଗ୍ରାମରେ ଏବଂ ଅବଶିଷ୍ଟ ୪ଟି ସାନପୁଟୁଳି ଓ ରୁସିବେଣୁଆ ଗ୍ରାମରେ ରହିଛି। ଏସବୁ ଖଣିରୁ ୨୦ ହଜାର ମେଟ୍ରିକ୍‌ ଟନ୍‌ରୁ ଉର୍ଦ୍ଧ୍ୱ ମାଙ୍ଗାନିଜ ଓର୍‌ ଏବଂ ୧୨୦୦ ମେଟ୍ରିକ ଟନ୍‌ରୁ ଊର୍ଦ୍ଧ୍ୱ ପରିମାଣର ଆଇରନ ଓର୍‌ ବେଆଇନ ଭାବେ ଉତ୍ତୋଳନ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୩୭ କୋଟିରୁ ଅଧିକ ଟଙ୍କା ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri