ବିବାହର ୧୪ ବର୍ଷ ପରେ ବି ଯୌତୁକ ଦାବି, ସ୍ତ୍ରୀଙ୍କୁ କାତିରେ ହାଣି ହତ୍ୟା ଉଦ୍ୟମ, ସ୍ବାମୀଙ୍କ ନାଁରେ…

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ବୁଡୁ ସେଠୀ ତାଙ୍କ ସ୍ତ୍ରୀ ରଶ୍ମୀ ସେଠୀଙ୍କୁ କାତିରେ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ରଶ୍ମୀଙ୍କ ଭାଇ ଲକ୍ଷ୍ମୀ ଚରଣ ସେଠୀ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏହାପରେ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୧୮୫/୨୫ ଅନୁଯାୟୀ ଅଭିଯୁକ୍ତ ସ୍ବାମୀ ବୁଡୁୁଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ନିମନ୍ତେ ଏଏସ୍‌ଆଇ ଅଜୟ କୁମାର ନାୟକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାନୁଯାୟୀ, ୧୪ ବର୍ଷ ପୂର୍ବେ ବଡ଼ଡୁମ୍ବୁଳା ଗ୍ରାମର ସୀତାରାମ ସେଠୀଙ୍କ ପୁଅ ବୁଡୁୁଙ୍କୁ ଜରଡା ଥାନା ନାରାୟଣପୁର ଗ୍ରାମର ରାଜେନ୍ଦ୍ର ସେଠୀଙ୍କ କନ୍ୟା ରଶ୍ମୀ ବିବାହ କରିଥିଲେ। ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଦାବି ପ୍ରକାରେ ନଗଦ ୫୦ ହଜାର ଟଙ୍କା,ସୁନା ଗହଣା ଓ ସମସ୍ତ ଆସବାବପତ୍ର ଯୌତୁକ ସ୍ବରୂପ ଦିଆଯାଇଥିଲା। ବିବାହର ୨ ବର୍ଷ ହସ ଖୁସିରେ କଟିବା ପରେ ସ୍ବାମୀ ବୁଡୁ ପୁଣି ୧ ଲକ୍ଷ ଟଙ୍କା ଏବଂ ୨ ଭରି ସୁନା ଅଳଙ୍କାର ବାପଘରୁ ଆଣିବାକୁ ରଶ୍ମୀଙ୍କୁ ବାଧ୍ୟ କରିବା ସହ ସଦାସର୍ବଦା ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ତାଙ୍କର ପୁଅ ଓ ଝିଅ ଅଛନ୍ତି। ବୁଡୁ ଗୁଜୁରାଟର ସୁରତ ସହର ସୂତାକଳରେ କାମ କରୁଥିବା ବେଳେ ଗତ କିଛି ଦିନ ହେଲା ସେ ଗାଁକୁ ଆସିଥିଲେ। ଗତ ଶୁକ୍ରବାର ଅପରାହ୍ନ ପ୍ରାୟ ୨ ଟାରେ ବୁଡୁ ସ୍ତ୍ରୀ ରଶ୍ମୀଙ୍କୁ ଏକ କାତିରେ ମରଣାନ୍ତକ ଆକ୍ରମଣ କରିଥିଲେ। କାତି ଚୋଟରେ ରଶ୍ମୀଙ୍କ ହାତ ଓ ଗୋଡ଼ରୁ ରକ୍ତସ୍ରାବ ହେବାରୁ ଝିଅ ପୁଅ ଦୁଇଜଣ କାନ୍ଦି ଥିଲେ। ଉଭୟଙ୍କୁ ସେ ରାସ୍ତାକୁ ଫୋପାଡି ଦେଇଥିଲେ। ସାହି ଲୋକେ ଦୌଡ଼ି ଆସିବାରୁ ବୁଡୁ ସେଠାରୁ ଧମକ ଦେଇ ପଳାଇଥିଲେ। ରଶ୍ମୀଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ସେ ଚିକିତ୍ସାଧୀନ ଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri