ଚେତାଇଲା ପାଣିପାଗ ବିଭାଗ: କାଲିଠୁ ବଢ଼ିବ ବର୍ଷା, ବଜ୍ରପାତ ସହ ଘଣ୍ଟାପ୍ରତି ବହିବ…

ଭୁବନେଶ୍ୱର,୨୪ା୫ (ଅନୁରାଧା ମହାରଣା)- ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଇତିମଧ୍ୟରେ ମୌସୁମୀ କେରଳ ଛୁଇଁଥିବାବେଳେ ଏହା ପ୍ରଭାବରେ ରାଜ୍ୟରେ ପ୍ରାକ୍‌ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଉତ୍ତର ଉପକୂଳ ଓଡ଼ିଶା ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ବର୍ଷାର ବିସ୍ତୃତି ବଢ଼ିବା ସହ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭଦ୍ରକ, କଟକ, ଯାଜପୁର, କେନ୍ଦ୍ରପଡ଼ା ଓ ଜଗତ୍‌ସିଂହପୁର ଆଦି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଅପରାହ୍ନ ଓ ସନ୍ଧ୍ୟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଢ଼େଙ୍କାନାଳ, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝରଗଡ଼, ବାଲେଶ୍ୱର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସମସ୍ତ ଜିଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରି ବିଭାଗ ସତର୍କ କରିଛି। ଅନ୍ୟପଟେ ୧୮ ଜିଲାର କିଛି ସ୍ଥାନକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଳପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ପୁରୀ, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri