ଆଜି ସନ୍ଧ୍ୟା ସୁଦ୍ଧା ଭୟଙ୍କର ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ୧୪ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୬ା୫: ସୋମବାର ରାଜ୍ୟର ପ୍ରାୟ ୧୪ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ। ତେଣୁ ଏନେଇ ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବଜ୍ରପାତ ନେଇ ୧୫ଜିଲା କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ରାଜ୍ୟରେ ଏବେ ପ୍ରାକ୍‌ ମୌସୁମୀ ବର୍ଷା ହେଉଛି। ଏହା ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଜାରି ରହିବ। ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ରବିବାର ସୂଚନା ଦେଇଥିଲେ। ଓଡ଼ିଶାକୁ ମୌସୁମୀ ଆସିବାକୁ କିଛିଦିନ ଲାଗିବ। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ। ଅନ୍ୟପଟେ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ହେଲେ ଏହା ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ। ବାତ୍ୟା ନେଇ ଅପପ୍ରଚାର କରାଯାଉଥିବାରୁ ଏପରି ଗୁଜବଠାରୁ ସତର୍କ ରହିବା ପାଇଁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri