ଗଣମାଧ୍ୟମ ପ୍ରତିନିଧିଙ୍କ ହାତ ବାନ୍ଧି ନିସ୍ତୁକ ମାଡ: ଜଣେ ନାବାଳକ ସହ ୩ ଗିରଫ

ବଲାଙ୍ଗୀର,୨୬।୫:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଚାଲିଥିବା ଏକ ରାସ୍ତା ଗାଡଓ୍ବାଲ କାମରେ ବ୍ୟାପକ ଦୁର୍ନୀତି ହୋଇଥିବା ଖବର ପ୍ରସାରଣ କରିବାରୁ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଜଣେ ଠିକାଦାର ଗୁଣ୍ଡା ଲଗାଇ ନିସ୍ତୁକ ମାଡ ମାରିଥିଲେ । ଏଭଳିକି ବର୍ବରୋଚିତ ମାଡ ଘଟଣାର ଭିଡିଓ ଭାଇରାଲ କରିଥିଲେ। ଏହି ଘଟଣାର ୪ ଦିନ ପରେ ପୋଲିସ ଜଣେ ନାବାଳକ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଘଟଣାରେ ସମ୍ପୃକ୍ତ ଠିକାଦାର ଫେରାର ଅଛନ୍ତି ଓ ତାଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି ଅଭିଳାଷ ଜି କହିଛନ୍ତି।

ସୂଚନା ଥାଉକି, ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଚାଲିଥିବା ଏକ ରାସ୍ତା ଗାଡ୍‌ଓ୍ବାଲ କାମରେ ବ୍ୟାପକ ଦୁର୍ନୀତି ହୋଇଥିବା ଖବର ପ୍ରସାରଣ କରିବାରୁ ଠିକାଦାର ଗୁଣ୍ଡା ଲଗାଇ ନିସ୍ତୁକ ମାଡ ମାରିଥିବା ଅଭିଯୋଗ ହୋଇଥିଲା। ବଲାଙ୍ଗୀରର ସାମ୍ବାଦିକମାନେ ଶନିବାର ଏସଂକ୍ରାନ୍ତରେ ଏସ୍‌ପି ଅଫିସକୁ ଯାଇ ଦାବିପତ୍ର ଦେବା ସହ ସମ୍ପୃକ୍ତ ଠିକାଦାର ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ। ରବିବାର ଅପରାହ୍ନରେ ଗଣମାଧ୍ୟମ ପ୍ରତିନିଧି ଜଣକ ଗାଁକୁ ଯାଇ ରାସ୍ତାର ଭିଡିଓ ଉତ୍ତୋଳନ କରି ଲୋକଙ୍କ

ପ୍ରତିକ୍ରିୟା ନେଉଥିବା ବେଳେ ସେହି ପ୍ରକଳ୍ପରେ କାମ କରୁଥିବା କିଛି ଲୋକ ଆସି ତାଙ୍କୁ ବାରଣ କରିଥିଲେ। ଏହା ପରେ ଠିକାଦାର ପଠାଇ ଥିବା ଗୁଣ୍ଡାମାନେ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଏପରିକି ସେମାନେ ଗଣମାଧ୍ୟମ ପ୍ରତିନିଧିଙ୍କ ହାତବାନ୍ଧି ଘୋଷାଡ଼ି ଘୋଷାଡ଼ି ଗାଁ ମଝିକୁ ନେଇଥିଲେ। ସେଠାରେ ଗାଁ ଦାଣ୍ଡରେ ସର୍ବସମ୍ମୁଖରେ ନିସ୍ତୁକ ମାଡ଼ ମାରିଥିଲେ। ଗାଆଁରେ କଙ୍ଗାରୁ କୋର୍ଟ କରି ସେମାନେ ତାଙ୍କୁ ଶାରୀରିକ ଓ
ମାନସିକ ନିର୍ଯାତନା ଦେଇଥିବା ଏସ୍‌ପିଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ସେଇ ଗୁଣ୍ଡାମାନେ ସ୍ଥାନୀୟ ମନ୍ଦିରକୁ ନେଇ ଆଗକୁ ଆଉ ଖବର ନ କରିବାକୁ ସାମ୍ବାଦିକଙ୍କୁ ଶପଥ କରିବା ପାଇଁ ବାଧ୍ୟ କରିଥିବା ଉଲ୍ଲେଖ କରାଯାଇଛି। ସେହି ଗୁଣ୍ଡାମାନେ ଖବରଦାତାଙ୍କୁ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଜୀବନରେ ମାରିଦେବା ଧମକ ଦେଇଥିବା ପୁଇଁତଲା ଥାନାରେ ଅଭିଯୋଗ ହୋଇଛି। ଆଡିଶନାଲ ଏସ୍‌ପି ଆଲୋକ ଜେନା ଦାବିପତ୍ର ଗ୍ରହଣ କରି ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ଜଣାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri